www.samajalive.in
Sunday, December 14, 2025
14.1 C
Bhubaneswar

ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ୍‌ରେ ୩ଟି ବୃହତ ସେତୁ ନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି, ୧୦୧ କୋଟି ଟଙ୍କା ମଞ୍ଜୁର

ଭୁବନେଶ୍ୱର: ମାଲକାନଗିରି ଜିଲାରେ ସ୍ବାଭିମାନ ଅଞ୍ଚଳ ଏବେ ବିକାଶ ପଥରେ କରୁଛି ଦ୍ରୁତ ଅଗ୍ରଗତି। ଗୁରୁପ୍ରିୟା ସେତୁ ନିର୍ମାଣ ପରଠାରୁ ସ୍ବାଭିମାନ ଅଞ୍ଚଳବାସୀଙ୍କ ପାଇଁ ଗମନାଗମନ, ବିଦ୍ୟୁତ, ପାନୀୟ ଜଳ, ଶିକ୍ଷା, ସ୍ବାସ୍ଥ୍ୟ, ଟେଲିଯୋଗାଯୋଗ ଆଦି ଅନେକ ମୌଳିକ ସେବା ସୁବିଧାରେ ଉପଲବ୍‌ଧ ହେଉଛି। ରୂପାନ୍ତର ପ୍ରକ୍ରିୟାରେ ସ୍ବାଭିମାନ ଅଞ୍ଚଳ ତ୍ବରିତ ଗତିରେ ଆଗକୁ ବଢୁଛି। ସ୍ବାଭିମାନ ଅଞ୍ଚଳର ସାମାଜିକ ଓ ଆର୍ଥିକ ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀ ସେତୁ ଯୋଜନା ମଧ୍ୟ ଆରମ୍ଭ କରିଛନ୍ତି। ଏହି ପ୍ରକ୍ରିୟାକୁ ଆହୁରି ଆଗକୁ ନେଇ ଯୋଗାଯୋଗ ବ୍ୟବସ୍ଥାକୁ ଅଧିକ ସୁଦୃଢ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚିତ୍ରକୋଣ୍ଡା ବ୍ଲକ୍‌ରେ ୩ଟି ବୃହତ ସେତୁ ନିର୍ମାଣ କରିବା ପାଇଁ ନିଷ୍ପତ୍ତି ନେବା ସହିତ ସେଥିପାଇଁ ୧୦୧ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ଏହାଦ୍ବାରା ସ୍ବାଭିମାନ ଅଞ୍ଚଳର ୩୭ ହଜାର ଲୋକ ଉପକୃତ ହେବେ। ଗମନାଗମନର ସୁବିଧା ସହିତ ସାମାଜିକ ସୁବିଧା ସୁଯୋଗ ଓ ଆର୍ଥିକ ଅଭିବୃଦ୍ଧିରେ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି।

ସୂଚନାଯୋଗ୍ୟ ଯେ, ମୁଖ୍ୟମନ୍ତ୍ରୀଙ୍କ ନିର୍ଦେଶରେ ୫-ଟି ସଚିବ ଭି.କେ. ପାଣ୍ଡିଆନ ଗତ ମାର୍ଚ୍ଚ ମାସ ୨୯ ତାରିଖରେ ମାଲକାନଗିରି ଗସ୍ତ କରି ବିଭିନ୍ନ ଉନ୍ନୟନମୂଳକ ଯୋଜନାର ସମୀକ୍ଷା କରିବା ସହିତ ସାଧାରଣ ଲୋକଙ୍କୁ ଭେଟି ସେମାନଙ୍କ ଅଭିଯୋଗ ଶୁଣିଥିଲେ। ବିଭିନ୍ନ ସ୍ଥାନରେ ଲୋକଙ୍କ ଅନୁରୋଧକୁ ପାଣ୍ଡିଆନ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଥିଲେ। ଏହାପରେ ମୁଖ୍ୟମନ୍ତ୍ରୀ ମାଲକାନଗିରି ଜିଲ୍ଲାରେ ୩ଟି ନୂତନ ବୃହତ ସେତୁର ନିର୍ମାଣ ପାଇଁ ୧୦୧ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ମଞ୍ଜୁର ହୋଇଥିବା ୩ଟି ସେତୁ ମଧ୍ୟରେ ଖଲିଆଗଡ ନାଳ ଉପରେ ଯନ୍ତ୍ରୀ ଠାରୁ ଢାକପଦର ରାସ୍ତା ପର୍ଯ୍ୟନ୍ତ ୧୧୧ ମିଟର ଦୈର୍ଘ୍ୟ ବିଶିଷ୍ଟ ଗୋଟିଏ ସେତୁ ନିର୍ମାଣ କରାଯିବ। ଏଥିପାଇଁ ୨୦ କୋଟି ଟଙ୍କା ଖର୍ଚ୍ଚ ହେବ । ପଣସପୁଟ ଓ ଯନ୍ତ୍ରୀ ଗ୍ରାମପଞ୍ଚାୟତର ଲୋକମାନେ ଏହାଦ୍ବାରା ବିଶେଷ ଉପକୃତ ହେବେ। ଦ୍ବିତୀୟ ସେତୁଟି କୁମୁଡାଗୁଡା ନଦୀ ଉପରେ ଘନବେଡା ଠାରୁ କୋଡିଗାନ୍ଧୀ ରାସ୍ତା ପର୍ଯ୍ୟନ୍ତ ନିର୍ମାଣ କରାଯିବ। ୨୨୩ ମିଟର ଦୀର୍ଘ ଏହି ସେତୁ ପାଇଁ ୨୭ କୋଟି ଟଙ୍କା ଖର୍ଚ୍ଚ ହେବ। ଏହାଦ୍ବାରା ପଣସପୁଟ, ଯନ୍ତ୍ରୀ ଓ ଆଣ୍ଡ୍ରାପାଲ୍ଲୀ ଗ୍ରାମ ପଞ୍ଚୟତର ଲୋକମାନେ ବିଶେଷ ଉପକାର ପାଇବେ। ତୃତୀୟ ସେତୁଟି ମାଛକୁଣ୍ଡ ନଦୀ ଉପରେ ନିର୍ମାଣ କରାଯିବ। ଏହା ବିଶେଇଗୁଡାକୁ ଯନ୍ତ୍ରୀ ପର୍ଯ୍ୟନ୍ତ ଯୋଡିବ। ୩୭୨ ମିଟର ଦୀର୍ଘ ଏହି ସେତୁ ପାଇଁ ୫୪ କୋଟି ଟଙ୍କା ଖର୍ଚ୍ଚ ହେବ। ଏହାଦ୍ବାରା ଯନ୍ତ୍ରୀ, ପେପରମେଟଲା ଓ ଆଣ୍ଡ୍ରାପାଲ୍ଲୀ ଗ୍ରାମ ପଞ୍ଚାୟତର ଲୋକମାନେ ବିଶେଷ ଉପକୃତ ହେବେ।

Hot this week

ଅଧିନାୟକ-ଉପଅଧିନାୟକଙ୍କ ଖରାପ ପ୍ରଦର୍ଶନ; ୧୫ ଇନିଂସରେ ୫୦ଛୁଇଁ ନାହାଁନ୍ତି

ସମାଜ ଡିଜିଟାଲ ଡେସ୍କ: ଭାରତୀୟ ଟି-୨୦ ଦଳର ଅଧିନାୟକ ସୂର୍ଯ୍ୟକୁମାର ଯାଦବ...

ମହାନଦୀ ପ୍ରସଙ୍ଗରେ ରାଜନୀତି ସରଗରମ

୨୨ରେ ଉଚ୍ଚସ୍ତରୀୟ କମିଟିର ପ୍ରଥମ ବୈଠକ ରାଜ୍ୟ ସରକାର ଆଭିମୁଖ୍ୟ ସ୍ପଷ୍ଟ...

ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ବଙ୍ଗଳା ନେବା ଅଭିଯୋଗ ଉଠାଇଲା ବିଜେଡି

ଭୁବନେଶ୍ବର : ସ୍ବତନ୍ତ୍ର ଓଡ଼ିଶା ଗଠନ ହେବା ପରଠାରୁ ମୋହନ ଚରଣ...

ନବମ ଶ୍ରେଣୀ ଛାତ୍ର ଠାରୁ ବନ୍ଧୁକ ଜବତ

ଗରଦପୁର : କେନ୍ଦ୍ରାପଡ଼ା ଜିଲା ଗରଦପୁର ବ୍ଲକ କୋରୁଆ ସରକାରୀ ଉଚ୍ଚ...

୨୦୨୬ରେ ଏହି ରାଶିଙ୍କ ଚମକିବ ଭାଗ୍ୟ: ଯାହାବି କରିବେ ସଫଳ ହେବେ, ପ୍ରଚୁର ଧନ ବର୍ଷା ହେବ

ସମାଜ ଡିଜିଟାଲ ଡେସ୍କ: ଗ୍ରହମାନଙ୍କର ସ୍ଥିତି ଏବଂ ଗତି ବ୍ୟକ୍ତିବିଶେଷଙ୍କ ଜୀବନକୁ...

Related Articles

Popular Categories