www.samajalive.in
Saturday, December 6, 2025
26.1 C
Bhubaneswar

ମାଲକାନଗିରି ବିଜେଡି ପକ୍ଷରୁ ଭି.କେ. ପାଣ୍ଡିଆନଙ୍କୁ ସାକ୍ଷାତ ଓ ସମ୍ବର୍ଦ୍ଧନା

ମାଲକାନଗିରି: ନବୀନ ଓଡ଼ିଶାରେ ବଦଳୁଛି ବ୍ୟବସ୍ଥା, ଲୋକଙ୍କ ସୁବିଧାକୁ ପ୍ରାଥମିକତା ଦେଇ ଆସୁଛି ରୂପାନ୍ତରଣ। ୫-ଟି ଉପକ୍ରମରେ ରୂପାନ୍ତରଣ ଓଡ଼ିଶା ବିକାଶରେ ନୂଆ ଅଧ୍ୟାୟ ଯୋଡ଼ିଛି। ଏହି ରୂପାନ୍ତରଣ କାର୍ଯ୍ୟ ଯୋଗୁଁ ସାଧାରଣ ଲୋକ ଉପକୃତ ହେଉଥିବାରୁ ଗୁରୁବାର ମାଲକାନଗିରି ଜିଲ୍ଲା ବିଜୁ ଜନତା ଦଳର ଦୁଇଟି ନିର୍ବାଚନ ମଣ୍ଡଳୀ ଚିତ୍ରକୋଣ୍ଡା ଓ ମାଲକାନଗିରିର ସମସ୍ତ ବିଜେଡି କାର୍ଯ୍ୟକର୍ତ୍ତା ଜିଲ୍ଲା ବିଜେଡିର ସଭାପତି ତଥା ପୂର୍ବତନ ବିଧାୟକ ମାନସ ମାଡକାମୀଙ୍କ ନେତୃତ୍ୱରେ ଭୁବନେଶ୍ବରସ୍ଥିତ ନବୀନ ନିବାସରେ ପହଞ୍ଚି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପଦକ୍ଷେପକୁ ଉଚ୍ଚ ପ୍ରଶଂସା କରିଛନ୍ତି। ଏଥିସହ ୫-ଟି ଏବଂ ନବୀନ ଓଡ଼ିଶା ଅଧ୍ୟକ୍ଷ ଭି.କେ. ପାଣ୍ଡିଆନଙ୍କୁ ସାକ୍ଷାତ କରି ଉତ୍ତରୀୟ ଏବଂ ବଡଠାକୁର ଶ୍ରୀଜଗନ୍ନାଥଙ୍କ ଫୋଟ ଚିତ୍ର ଅର୍ପଣ କରି କୃତଜ୍ଞତା ଓ ଅଭିନନ୍ଦନ ଜଣାଇଛନ୍ତି। ମାଲକାନଗିରି ଜିଲ୍ଲାରେ ଲକ୍ଷ୍ମୀ ଯୋଜନା ସଫଳ ରୂପାୟନ ହୋଇଥିବା ଭି.କେ. ପାଣ୍ଡିଆନଙ୍କୁ ଜଣାଇଛନ୍ତି। ଏଥିରେ ଅନ୍ୟମାନଙ୍କ ମଧ୍ୟରେ ଚିତ୍ରକୋଣ୍ଡା ବିଧାୟକ ପୂର୍ଣ୍ଣଚନ୍ଦ୍ର ବାକା, ମାଲକାନଗିରି ଜିଲ୍ଲା ବିଜୁ ଜନତା ଦଳର ଜିଲ୍ଲା କାର୍ଯ୍ୟକର୍ତ୍ତା କମିଟି, ସମସ୍ତ ଜିଲ୍ଲା ପରିଷଦ ସଭ୍ୟ/ସଭ୍ୟା, ସମସ୍ତ ବ୍ଲକ ଅଧ୍ୟକ୍ଷ/ଅଧ୍ୟକ୍ଷା, ସମସ୍ତ ବ୍ଲକ ସଭାପତି ଓ ପୌର ପରିଷଦ ଏବଂ ଏନଏସି ସଭାପତି ପ୍ରମୁଖ ଉପସ୍ଥିତ ଥିଲେ।

Hot this week

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

Related Articles

Popular Categories