www.samajalive.in
Saturday, December 6, 2025
26.1 C
Bhubaneswar

୧୪୧ ସାଂସଦଙ୍କୁ ନିଲମ୍ବନ ପ୍ରତିବାଦରେ ରାଷ୍ଟ୍ରପତିଙ୍କୁ ଦାବିପତ୍ର

ମାଲକାନଗିରି: ମାଲକାନଗିରି ଜିଲ୍ଲା ସଦରମହକୁମା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଶୁକ୍ରବାର ଜିଲ୍ଲା କଂଗ୍ରେସ ପକ୍ଷରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ବିରୋଧ କରି କୁଶପୁତ୍ତଳିକା ଦାହ କରାଯାଇଛି। ସଂସଦର ଉଭୟ ଗୃହରୁ ୧୪୧ ଜଣ ସାଂସଦକୁ ନିଲମ୍ବନ କରିବା ପ୍ରତିବାଦରେ ଜିଲ୍ଲା କଂଗ୍ରେସ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ପହଞ୍ଚି ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ମାଲକାନଗିରି ଜିଲ୍ଲାପାଳଙ୍କ ଜରିଆରେ ମହାମହିମ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ପ୍ରଦାନ କରିଛନ୍ତି। ନରେନ୍ଦ୍ର ମୋଦୀ ସରକାରରେ ଗଣତନ୍ତ୍ରକୁ ହତ୍ୟା କରିଥିବା ଅଭିଯୋଗ କରିଛି କଂଗ୍ରେସ। ଏଥିସହିତ ରାଷ୍ଟ୍ରପତିଙ୍କୁ ଏହା ଉପରେ ବିଚାର କରି ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି କରିଛନ୍ତି। ଏହି ଅବସରରେ ଜିଲ୍ଲା କଂଗ୍ରେସ ସଭାପତି ଗୋବିନ୍ଦ ପାତ୍ର, ଜି. ଶ୍ରୀନିବାସ ରାଓଙ୍କ ସହିତ ଜିଲ୍ଲା କଂଗ୍ରେସର ସମସ୍ତ କର୍ମକର୍ତ୍ତା ଉପସ୍ଥିତ ରହିଥିଲେ।

Hot this week

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

Related Articles

Popular Categories