www.samajalive.in
Sunday, December 7, 2025
18.1 C
Bhubaneswar

ଘଡେଇ ଆବାସିକ ମହାବିଦ୍ୟାଳୟରେ ନବ।ଗତଙ୍କୁ ସ୍ବାଗତ ଉତ୍ସବ

ମାଲକାନଗିରି: ସ୍ଥାନୀୟ ଘଡେଇ ଆବାସିକ ବିଜ୍ଞାନ ମହାବିଦ୍ୟାଳୟ ପରିସରରେ ନବ।ଗତଙ୍କୁ ସ୍ବାଗତ ଉତ୍ସବ ଅନୁଷ୍ଠିତ ହୋଇ ଯାଇଛି। ମହାବିଦ୍ୟାଳୟର ପ୍ରତିଷ୍ଠାତା ଡକ୍ଟର ସୁରେଶ ଚନ୍ଦ୍ର ଘଡେଇଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ରୂପେ ମାଲକାନଗିରି ମହାବିଦ୍ୟାଳୟର ଅଧ୍ୟକ୍ଷ ଦୁଷ୍ମନ୍ତ କୁମାର ଜେନା ଯୋଗଦାନ କରି ଛାତ୍ର ଛାତ୍ରୀମାନେ ଚରିତ୍ରବାନ ହୋଇ ଦେଶରେ ସୁଶାସନ ଗଠନ କରିବାକୁ ପରାମର୍ଶ ଦେଇଥିଲେ। ମୁଖ୍ୟବକ୍ତା ବାଣିଜ୍ୟ ବିଭାଗ ମୁଖ୍ୟ ଡକ୍ଟର ରଞ୍ଜନ କୁମାର ସ୍ବାଇଁ ମହାବିଦ୍ୟାଳୟ ଛାତ୍ର ଛାତ୍ରୀ ମାନେ ଶୃଙ୍ଖଳିତ ହୋଇ ଜ୍ଞାନ ଆହୋରଣ ପାଇଁ ଉତ୍ତମ ପରାମର୍ଶ ଦେଇଥିଲେ। ସମ୍ମାନିତ ଅତିଥି ଉମେଶ ଚନ୍ଦ୍ର ରାଉତ ଇଂରାଜୀ ବିଭାଗର ମୁଖ୍ୟ ପ୍ରଥମ ବର୍ଷ ଛାତ୍ର ଛାତ୍ରୀଙ୍କୁ ଆନ୍ତରିକତା ସ୍ୱାଗତ ଜଣାଇବା ସହିତ କଠିନ ପରିଶ୍ରମ କରି ସୁନାଗରିକ ହେବା ପାଇଁ ଉପଦେଶ ଦେଇଥିଲେ।

ଅନ୍ୟତମ ସ୍ୱତନ୍ତ୍ର ଅତିଥି ଡ଼ମ୍ଭରୁଧର ପ୍ରଧାନ, ଅବସର ପ୍ରାପ୍ତ ବିଦ୍ୟାଳୟ ନିରୀକ୍ଷକ, ଏକଲବ୍ୟ ପରି ଶିଷ୍ୟ ହେବା ପାଇଁ ପରାମର୍ଶ ଦେଇଥିଲେ। ପ୍ରାରମ୍ଭରେ ପ୍ରଭୁ ଗଜାନନଙ୍କ ମୂର୍ତ୍ତିରେ ପ୍ରଦୀପ ପ୍ରଜ୍ଜ୍ୱଳନ କରି ସଭା ଆରମ୍ଭ କରିଥିଲେ। ନୂତନ ଭାବେ ଯୋଗଦାନ କରିଥିବା ଯୁକ୍ତ ୨ ବିଜ୍ଞାନ,ଯୁକ୍ତ ୩ବିଜ୍ଞାନ ସମ୍ମାନ ଛାତ୍ରଛାତ୍ରୀଙ୍କୁ କଲମ ଉପହାର ଦେଇ ସ୍ୱାଗତ ଜଣାଇଥିଲେ। ଏହି କାର୍ଯ୍ୟକ୍ରମରେ ସୁଧାକର ପଟ୍ଟନାୟକ ଅଧ୍ୟକ୍ଷ +୩ ଛାତ୍ରଛାତ୍ରୀଙ୍କୁ ସ୍ବାଗତ ଜଣାଇବା ସହିତ ଅତିଥି ପରିଚୟ ପ୍ରଦାନ କରିଥିଲେ। ପାଞ୍ଚ ଶହରୁ ଊର୍ଦ୍ଧ୍ବ୍ୱ ଛାତ୍ର ଛାତ୍ରୀ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ। ସଭା ଶେଷରେ ମନୋରଞ୍ଜନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।  ଅନୁଷ୍ଠାନର ସମସ୍ତ ଅଧ୍ୟାପକ,ଅଧ୍ୟାପିକା ଓ କର୍ମଚାରୀ ଉପସ୍ଥିତ ଛାତ୍ରଛାତ୍ରୀ ମାନଙ୍କୁ ଉତ୍ସାହିତ କରିଥିଲେ। ମହାବିଦ୍ୟାଳୟର ଯୁକ୍ତ ୨ ଅଧ୍ୟାପକ ସତ୍ୟବ୍ରତ ସାମଲ,, ସଭାଶେଷରେ ଧନ୍ୟବାଦ ଜ୍ଞାପନ କରିଥିଲେ କ୍ଷ ଜୁଲି ମିସ୍ତ୍ରୀ, ମିସ ସ୍ବାଇଁ ମଞ୍ଚ ପରିଚାଳନା କରିଥିଲେ।

Hot this week

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

Related Articles

Popular Categories