www.samajalive.in
Monday, December 8, 2025
14.1 C
Bhubaneswar

ଗଞ୍ଜେଇ ଚାଲାଣକାରୀଙ୍କ ମାଡରେ ହୋମଗାର୍ଡ ମୃତ

ମାଲକାନଗିରି : ମାଲକାନଗିରି ଜିଲ୍ଲାରେ ଶନିବାର ବିଳମ୍ବିତ ରାତିରେ ଅଭାବନୀୟ ଘଟଣା ଘଟିଛି।  ଗଞ୍ଜେଇ ଚାଲାଣ କରୁଥିବା ଦୁର୍ବୃତ୍ତଙ୍କ ମାଡ଼ରେ ଜଣେ ହୋମଗାର୍ଡଙ୍କ ରବିବାର ମୃତ୍ୟୁ ଘଟିଛି। ମୃତ ହୋମଗାର୍ଡ ଜଣଙ୍କ ବାଲିମେଳା ଥାନାର ବନବାସୀ ମହାରଣା ବୋଲି ଜଣାପଡ଼ିଛି। ତାଙ୍କୁ ଗୁରୁତର ଅବସ୍ଥାରେ ମାଥିଲି ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା ।

ସୂଚନା ଅନୁଯାୟା, ଗତକାଲି ରାତିରେ କିଛି ଦୁର୍ବୃତ୍ତ ଚିତ୍ରକୋଣ୍ଡାରୁ ଭାରରେ ଗଞ୍ଜେଇ ନେଇ ଜଙ୍ଗଲ ରାସ୍ତା ଦେଇ ଛତିଶଗଡ଼କୁ ଯାଉଥିବା ସମ୍ପର୍କରେ ବାଲିମେଳା ପୁଲିସ କୌଣସି ସୂତ୍ରରୁ ସୂଚନା ପାଇଥିଲା। ପୁଲିସର ସୂଚନା ଅନୁସାରେ ୭୦ରୁ ଅଧିକ ଲୋକ ଭାରରେ ଗଞ୍ଜେଇ ବୋହି ନେଉଥିଲେ। ଏହାପରେ ବାଲିମେଳା ଓ ମାଥୁରି ମରେ ପୁଲିସ୍ କର୍ମଚାରୀମାନେ ଚାଉଳିମେନ୍ଦି ନିକଟରେ ଉକ୍ତ ଚାଲାଣକାରୀଙ୍କୁ ଅଟକାଇଥିଲେ। ସେଠାରେ ଗଞ୍ଜେଇ ଚାଲାଣକାରୀମାନେ ପୁଲିସ୍ ଉପରକୁ ପାଲଟା ଆକ୍ରମଣ କରିଥିଲେ। ଏହି ସମୟରେ ଦୁର୍ବୃତ୍ତମାନେ ହୋମଗାର୍ଡ ବନବାସୀ ମହାରଣାଙ୍କୁ ଘେରିଯାଇ ସଙ୍ଗବଦ୍ଧ ଭାବେ ଆକ୍ରମଣ କରିଥିଲ। ଏହାପରେ ବନବାସୀ ମହାରଣାଙ୍କୁ ଗୁରୁତର ଅବସ୍ଥାରେ ମାଥିଲି ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ପରେ ଚିକିତ୍ସାଧିନ ଅବସ୍ଥାରେ ହୋମଗାର୍ଡଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଅନ୍ଧାର ରାତିଥିବାରୁ ଘଟଣାସ୍ଥାଳରୁ ଗଞ୍ଜେଇ ଚାଲାଣକାରୀମାନେ ଖସି ପଳାଇବାରେ ସଫଳ ହୋଇଛନ୍ତି। ଏହି ଘଟଣା ଏବେ ମାଲକାନଗିରି ଜିଲାରେ ଚର୍ଚ୍ଚାର ବିଷୟ ହୋଇଛି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories