www.samajalive.in
Monday, December 8, 2025
27.1 C
Bhubaneswar

୨୪ ଘଣ୍ଟାରେ ମାଲକାନଗିରିରେ ସର୍ବାଧିକ ବର୍ଷା ରେକର୍ଡ

ଡେସ୍କ: ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ଲଘୁଚାପଜନିତ ବର୍ଷା ଜାରି ରହିଛି। ଗତ ୨୪ ଘଂଟା ମଧ୍ୟରେ ମାଲକାନଗିରି ଜିଲ୍ଲାର ଚିତ୍ରକୋଣ୍ଡାରେ ସର୍ବାଧିକ ୨୨୦.୫ ମି.ମି. ବର୍ଷା ହୋଇଥିବା ପାଣିପାଗ ବିଭାଗ କହିଛି। ସେହି ସମୟ ମଧ୍ୟରେ ମାଲକାନଗିରି ଜିଲ୍ଲାର କୋରୁକୁଣ୍ଡାରେ ୨୧୭.୦ ମି.ମି, ମାଲକାନଗିରିରେ ୧୮୪.୨ ମି.ମି., ମାଥିଲିରେ ୧୬୩.୦ ମି.ମି., କୋରାପୁଟ ଜିଲ୍ଲାର କୋଟପାଡ଼ରେ ୧୫୮.୦ ମି.ମି, ମାଲକାନଗିରି ଜିଲ୍ଲାର ପଡ଼ିଆରେ ୧୩୦.୫ ମି.ମି, ନବରଙ୍ଗପୁର ଜିଲ୍ଲାର ନନ୍ଦାହାଣ୍ଡିରେ ୧୧୫.୦ ମି.ମି, ତେନ୍ତୁଳିଖୁଂଟିରେ ୧୦୯.୦ ମି.ମି, ପାପଡ଼ାହାଣ୍ଡିରେ ୧୦୫.୦ ମି.ମି, ଗଞ୍ଜାମ ଜିଲ୍ଲାର ଆସିକାରେ ୯୭.୮ ମି.ମି., ନବରଙ୍ଗପୁର ଜିଲ୍ଲାର କୋଷାଗୁମୁଡ଼ାରେ ୯୬.୪ ମି.ମି., ନବରଙ୍ଗପୁରରେ ୯୩.୦ ମି.ମି., ନବରଙ୍ଗପୁର (ପିଟିଓ)ରେ ୯୦.୦ ମି.ମି., କୋରାପୁଟ ଜିଲ୍ଲାର ଜୟପୁରରେ ୮୬.୪ ମି.ମି. ଏବଂ କଳାହାଣ୍ଡି ଜିଲ୍ଲାର ଥୁଆମୂଳ ରାମପୁରରେ ୮୫.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ଟ୍ୱିଟ୍‌ରୁ ଏହି ସୂଚନା ମିଳିଛି।

Hot this week

କଲେଜ ଭିତରେ ଛାତ୍ରଙ୍କୁ ଛୁରାମାଡ

ବାରିପଦା : ବାରିପଦାରେ ଅଭାବନୀୟ ଘଟଣା ଘଟିଛି। ବାଇଗଡବାହିଆ ସ୍ଥିତ ବିବି...

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

Related Articles

Popular Categories