www.samajalive.in
Tuesday, December 9, 2025
23.1 C
Bhubaneswar

ମାଲକାନଗିରି ଜିଲାର ଉନ୍ନୟନ କାର୍ଯ୍ୟ ନେଇ ସରକାରୀ ଅଧିକାରୀଙ୍କ ସହ ମନ୍ତ୍ରୀ ତୁଷାରକାନ୍ତି ବେହେରାଙ୍କ ବୈଠକ

ଭୁବନେଶ୍ୱର:ଇଲେକ୍‌ଟ୍ରୋନିକ୍ସ, ସୂଚନା ପ୍ରଯୁକ୍ତି, କ୍ରୀଡ଼ା ଓ ଯୁବସେବା ମନ୍ତ୍ରୀ ତୁଷାରକାନ୍ତି ବେହେରାଙ୍କ ଅଧ୍ୟକ୍ଷତାରେ ଆଜି ମାଲକାନାଗିରି ଜିଲ୍ଲାର ବରିଷ୍ଠ ଅଧିକାରୀମାନଙ୍କୁ ନେଇ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ମନ୍ତ୍ରୀ ଜିଲାର କ୍ରୀଡ଼ା ଭିତ୍ତିଭୂମି, ସ୍ୱାସ୍ଥ୍ୟସେବା, କୃଷି, ଶିକ୍ଷା, ଜଳସେଚନ, ଗମନାଗମନ, ମୋବାଇଲ୍‌ ନେଟ୍‌ୱାର୍କ ସେବା, ଜୀବନଜୀବିକା, ମହିଳା ଓ ଶିଶୁ ବିକାଶ, ଗ୍ରାମ୍ୟ ଉନ୍ନୟନ, ଜନଜାତି କଲ୍ୟାଣ ଆଦି ବିଭିନ୍ନ ବିଭାଗର ଉନ୍ନୟନମୂଳକ କାର୍ଯ୍ୟର ଅଗ୍ରଗତି ନେଇ ଅଧିକାରୀମାନଙ୍କ ସହ ଆଲୋଚନା କରିଥିଲେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମାଲକାନଗିରି ଜିଲାର ବିକାଶଧାରାକୁ ଆଗେଇ ନେବା ଲାଗି ସ୍ୱତନ୍ତ୍ର ଧ୍ୟାନ ଦେଉଥିବାବେଳେ ଆମ ସମସ୍ତଙ୍କୁ ଆଗଭର ହୋଇ କାର୍ଯ୍ୟ କରିବାକୁ ପଡ଼ିବ ବୋଲି ମନ୍ତ୍ରୀ ଶ୍ରୀ ବେହେରା ଅଧିକାରୀମାନଙ୍କୁ ପରାମର୍ଶ ଦେଇଥିଲେ।

ମୁଖ୍ୟମନ୍ତ୍ରୀ ଶାସନ ଭାର ହାତକୁ ନେବା ପରେ ଜିଲାରେ ବହୁତଗୁଡ଼ିଏ ଉନ୍ନତିମୂଳକ କାର୍ଯ୍ୟ ସମ୍ଭବ ହୋଇପାରିଛି। ଜିଲାର ଅଧିକାରୀ ଓ କର୍ମଚାରୀଙ୍କ ଆନ୍ତରିକ ଉଦ୍ୟମ ଓ ଜନସାଧାରଣଙ୍କ ସହଯୋଗ ଯୋଗୁଁ ଏହା ସମ୍ଭବ ହୋଇପାରିଛି। ଜିଲା ପ୍ରଶାସନର କାର୍ଯ୍ୟଶୈଳୀକୁ ନେଇ ମନ୍ତ୍ରୀ ଶ୍ରୀ ବେହେରା ସନ୍ତୋଷ ବ୍ୟକ୍ତ କରିଥିଲେ। ଏହି ବୈଠକରେ ଚିତ୍ରକୋଣ୍ଡା ବିଧାୟକ ପୂର୍ଣ୍ଣଚନ୍ଦ୍ର ବାକା, ଜିଲାପାଳ ବିଶାଲ ସିଂଙ୍କ ସମେତ ବହୁ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ। ପରେ ମନ୍ତ୍ରୀ ବେହେରା ମାଲକାନଗିରି ବାଳିକା ହାଇସ୍କୁଲରେ ବୃକ୍ଷରୋପଣ କରିବା ସହିତ ବିଦ୍ୟାଳୟର ଭିତ୍ତିଭୂମି ସଂପର୍କରେ ପଚାରି ବୁଝିଥିଲେ।

Hot this week

ନର୍ମାଲ ଡେଲିଭରୀ ପାଇଁ ସରକାରୀ ହସ୍ପିଟାଲ ବାଛନ୍ତୁ-ମନ୍ତ୍ରୀ

ଭୁବନେଶ୍ୱର: ଘରୋଇ ହସ୍ପିଟାଲରେ ଅଧିକ ହେଉଛି ସିଜେରିଆନ ଡେଲିଭରୀ । ଗତ...

ଫାଟିଲା ଗ୍ୟାସ ସିଲିଣ୍ଡର : ଅଳ୍ପକେ ବର୍ତ୍ତିଗଲେ ପରିବାର

ସମାଜ ଲାଇଭ ଡ଼େସ୍କ : ଦେବଗଡ଼ରେ ଫାଟିଲା ଗ୍ୟାସ ସିଲିଣ୍ଡର ।...

୧୬ରେ ସୂର୍ଯ୍ୟଙ୍କ ଭ୍ରମଣ: ୭ଟି ରାଶି ପାଇଁ ଚ୍ୟାଲେଞ୍ଜ, ନୂତନ ବର୍ଷରେ କ୍ଷତି ହୋଇପାରେ

ସମାଜ ଡିଜିଟାଲ ଡେସ୍କ: ଗ୍ରହମାନଙ୍କର ରାଜା ସୂର୍ଯ୍ୟ, ଡିସେମ୍ବର ୧୬ ତାରିଖ...

ଶ୍ରୀଜଗନ୍ନାଥଙ୍କ ଦର୍ଶନ କଲେ ଭାରତୀୟ ଖେଳାଳି

ସମାଜ ଡିଜିଟାଲ ଡେସ୍କ: ମ୍ୟାଚ ପୂର୍ବରୁ ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ...

ଦୁର୍ନୀତି : ବିକାଶରେ ବାଧା

ଦୁର୍ନୀତି ବିରୋଧରେ ଶୂନ୍ୟ ସହନଶୀଳତା ନୀତି ଆପଣା ଯାଉଛି। ମାତ୍ର ଭାରତ...

Related Articles

Popular Categories