www.samajalive.in
Thursday, December 11, 2025
16.1 C
Bhubaneswar

ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି – ମାଲକାନଗିରି ଜିଲାରେ ଡିସେମ୍ବର ୪ ତାରିଖରେ ଏକ ମୁଣ୍ଡବିହୀନ ମୃତଦେହ ଉଦ୍ଧାର ଘଟଣାକୁ ନେଇ ଦୁଇଟି ଗାଁ ମଧ୍ୟରେ ହିଂସାତ୍ମକ ସଂଘର୍ଷ ସୃଷ୍ଟି ହୋଇଥିଲା। ଜିଲାରେ ଉତ୍ତେଜନା ସ୍ଥିତି ଲାଗିରହିଥିବାରୁ ଆସନ୍ତା ୧୪ରୁ ୧୭ ତାରିଖ ପର୍ଯ୍ୟନ୍ତ ହେବାକୁ ଥିବା ମାଲ୍ୟବନ୍ତ ମହୋତ୍ସବ କୁ ଜିଲା ପ୍ରଶାସନ ତରଫରୁ ସ୍ଥଗିତ ରଖାଯାଇଛି।

ଜିଲାରେ ଗୁରୁବାର ରାତି ୧୨ ଟା ଠାରୁ ଶୁକ୍ରବାର ରାତି ୧୨ ଟା ପର୍ଯ୍ୟନ୍ତ ଇଣ୍ଟରନେଟ୍ ସେବାକୁ ବନ୍ଦ ରଖାଯାଇଛି । ଏମଭି-୨୬ ଗାଁରେ ଜିଲାପାଳ ସୋମେଶ ଉପାଧ୍ୟାୟ, ଆର୍ ଡିସି ସମେତ ପୁଲିସ ବିଭାଗର ବରିଷ୍ଠ ଅଧିକାରୀ ମାନେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି।

Hot this week

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

ବନ୍ଧୁକ ବେପାର ବେଳେ ଦୁଇ ବେପାରୀଙ୍କୁ ମାଡି ବସିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର - ନୂଆବର୍ଷ ପୂର୍ବରୁ ଦୁଇ ବନ୍ଧୁକ ବେପାରୀଙ୍କୁ ଗିରଫ କରିଛି...

ଦରମା ଓ ଭତ୍ତା ବୃଦ୍ଧିକୁ ବିରୋଧ କଲେ : ବିଧାୟକ ଲକ୍ଷ୍ମଣ ମୁଣ୍ତା

ଭୁବନେଶ୍ୱର - ଗତ ମଙ୍ଗଳବାର ବିଧାନସଭା ଗୃହରେ ପାରିତ ହୋଇଥିବା ବିଧାୟକ...

Related Articles

Popular Categories