www.samajalive.in
Sunday, December 14, 2025
17.1 C
Bhubaneswar

ରାଷ୍ଟ୍ରପତିଙ୍କ ପ୍ରତି ମନ୍ତ୍ରୀଙ୍କ ଅଶାଳୀନ ମନ୍ତବ୍ୟ ; କ୍ଷମା ମାଗିଲେ ମମତା

କଲକାତା : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ରୂପକୁ ନେଇ ପଶ୍ଚିମବଙ୍ଗ ମନ୍ତ୍ରୀ ଅଖିଳ ଗିରି ଅଶାଳୀନ ମନ୍ତବ୍ୟ ଦେଇଥିବାରୁ ଏହାକୁ ନେଇ ଦେଶବ୍ୟାପୀ ଅସନ୍ତୋଷ ପ୍ରକାଶ ପାଇଛି । ଏଥିପାଇଁ ଅଖିଳ କ୍ଷମା ପ୍ରାର୍ଥନା କରିଛନ୍ତି। ସୋମବାର ଏହି ପ୍ରସଙ୍ଗରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କ୍ଷମା ପ୍ରାର୍ଥନା କରିବା ସହ ଅଖିଳ ଗିରିଙ୍କ ମନ୍ତବ୍ୟକୁ ନିନ୍ଦା କରିଛନ୍ତି । ଏକ ଗଣମାଧ୍ୟମକୁ ସାକ୍ଷାତ୍‌କାର ଦେବା ଅବସରରେ କହିଥିଲେ ରାଷ୍ଟ୍ରପତିଙ୍କ ରୂପକୁ ନେଇ ଅଖିଳ ଯେଉଁ ମନ୍ତବ୍ୟ ଦେଇଛନ୍ତି ତାକୁ ସେ ନିନ୍ଦା କରୁଛନ୍ତି । ବାହ୍ୟ ରୂପକୁ ସୌନ୍ଦର୍ଯ୍ୟର ମାପକାଠି ଭାବେ ବିବେଚନା କରାଯାଇ ପାରିବ ନାହିଁ । ରାଷ୍ଟ୍ରପତିଙ୍କ ପ୍ରତି ତାଙ୍କର ବହୁତ ସମ୍ମାନ ରହିଛି ଏବଂ ମନ୍ତ୍ରୀ ଅଖିଳ ଯେଉଁ ମନ୍ତବ୍ୟ ଦେଇଛନ୍ତି ସେଥିନିମନ୍ତେ କ୍ଷମାପ୍ରାର୍ଥନା କରୁଛନ୍ତି। କଥା କହିବା ଏକ କଳା ହୋଇଥିବାବେଳେ ବାକ୍‌ ସଂଯମତା ରକ୍ଷା କରିବା ଆବଶ୍ୟକ ବୋଲି ମମତା କହିଛନ୍ତି। ବିଜେପି କର୍ମୀମାନେ ରବିବାର ଅଖିଳଙ୍କ କାଣ୍ଠିସ୍ଥିତ ବାସଭବନ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ଏଥିସହ କଲକାତା ଓ ଅନ୍ୟାନ୍ୟ ସ୍ଥାନରେ ବିକ୍ଷୋଭ ହୋଇଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories