www.samajalive.in
Saturday, December 6, 2025
26.1 C
Bhubaneswar

ମମତାଙ୍କ ‘ଓଡ଼ିଶା ଜଳିବ’ ବୟାନକୁ ନେଇ ମୁଖ୍ୟମନ୍ତ୍ରୀଙ୍କ କଡା ଜବାବ

ସମାଜ ଡିଜିଟାଲ ଡେସ୍କ: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ବୟାନକୁ ନେଇ ତେଜୁଛି ବିବାଦ। ମୋଦୀଙ୍କ ଉଦ୍ଦେଶ୍ୟରେ ମମତା କହିଥିଲେ ଯେ ପଶ୍ଚିମବଙ୍ଗରେ ନିଆଁ ଜଳିଲେ ଏଥିରେ ଅନ୍ୟ ରାଜ୍ୟ ମଧ୍ୟ ପ୍ରଭାବିତ ହେବ। ବିଜେପି ଯଦି ଏପରି ଚେଷ୍ଟା କରେ ତେବେ ଆସାମ, ଉତ୍ତରପୂର୍ବାଞ୍ଚଳ, ଉତ୍ତରପ୍ରଦେଶ, ବିହାର, ଝାଡଖଣ୍ଡ, ଓଡ଼ିଶା ଓ ଦିଲ୍ଲୀରେ ମଧ୍ୟ ଅନୁରୂପ ପରିସ୍ଥିତି ସୃଷ୍ଟି ହେବ। ଓଡ଼ିଶାକୁ ନେଇ ଏଭଳି ମନ୍ତବ୍ୟକୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବିରୋଧ କରିଛନ୍ତି। ଟୁଇଟ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ‘ଓଡ଼ିଶା ସମ୍ପର୍କରେ ଏଭଳି ଆପତ୍ତିଜନକ ଟିପ୍ପଣୀ ଦେବା ପାଇଁ ଆପଣଙ୍କୁ ଏ ଅଧିକାର ଦେଲା କିଏ। ଓଡ଼ିଶା ଏକ ଶାନ୍ତିପ୍ରିୟ ରାଜ୍ୟ, ଓଡ଼ିଶାବାସୀ ମଧ୍ୟ ଦାୟିତ୍ୱବାନ ଏବଂ ସଚେତନ। ଆମ ରାଜ୍ୟ ଓଡ଼ିଶା ପ୍ରତି ଆପଣଙ୍କର ଏଭଳି ବିଦ୍ୱେଷ ଭାବ, ନକରାତ୍ମକ ମନ୍ତବ୍ୟ ଏବଂ ସମ୍ବେଦନହୀନ ମନୋଭାବକୁ ଆମ ଓଡ଼ିଶାବାସୀ କେବେବି ଗ୍ରହଣ କରିବେ ନାହିଁ। ଜଘନ୍ୟ ଅପରାଧର ଶିକାର ହୋଇଥିବା ଝିଅକୁ ନ୍ୟାୟ ନଦେଇ, ପ୍ରତିଶୋଧ ପରାୟଣ ଭାବ ନେଇ ଆପଣ ଯେଉଁ ମନ୍ତବ୍ୟ ଦେଉଛନ୍ତି ତାହା ଦେଶପାଇଁ ବିପଦ ଜନକ। ଆପଣଙ୍କୁ ଅନୁରୋଧ, ଏଥିରୁ କ୍ଷାନ୍ତ ରୁହନ୍ତୁ, ଶାନ୍ତ ରହନ୍ତୁ ବୋଲି ମୋହନ ମାଝୀ କହିଛନ୍ତି।

Hot this week

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

Related Articles

Popular Categories