www.samajalive.in
Sunday, December 7, 2025
13.1 C
Bhubaneswar

ବିଜେପିରେ ସାମିଲ ହେଲେ ମମତା ମହାନ୍ତ

ସମାଜ ଡିଜିଟାଲ ଡେସ୍କ: ମମତା ମହାନ୍ତ ଗୁରୁବାର ବିଜେପିରେ ସାମିଲ ହୋଇଛନ୍ତି। ବିଜେଡି ଓ ରାଜ୍ୟସଭା ସାଂସଦ ପଦରୁ ଇସ୍ତଫା ଦେବା ପରେ ସେ ବିଜେପିରେ ମିଶିବା ନେଇ ଚର୍ଚ୍ଚା ହେଉଥିବାବେଳେ ଆଜି ନୂଆଦିଲ୍ଲୀସ୍ଥିତ ଦଳ ମୁଖ୍ୟାଳୟରେ ସେ ପଦ୍ମ ଧରିଛନ୍ତି। ସାଧାରଣ ସମ୍ପାଦକ ଅରୁଣ ସିଂହ, ପ୍ରଭାରୀ ବିଜୟପାଲ ସିଂହ ତୋମାର ପ୍ରମୁଖଙ୍କ ଉପସ୍ଥିତିରେ ସେ ବିଜେପିରେ ସାମିଲ ହୋଇଛନ୍ତି। ବିଜେଡିକୁ ଆଉ ତାଙ୍କର ଆବଶ୍ୟକତା ନଥିବା ଅନୁଭବ କରିବାରୁ ଏବଂ ଜନ ସେବାରେ ବାଧା ସୃଷ୍ଟି ହେବାରୁ ସେ ବିଜେଡି ଛାଡ଼ିଥିବା କହିଛନ୍ତି। ସୂଚନାଯୋଗ୍ୟ, ବୁଧବାର ରାଜ୍ୟସଭା ସାଂସଦ ପଦରୁ ଇସ୍ତଫା ଦେବାସହ ବିଜେଡି ଛାଡ଼ିଥିଲେ ମମତା ମହାନ୍ତ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories