ଜିଲ୍ଲା ବିଜେପି ମହିଳା ମୋର୍ଚ୍ଚା ସଭାନେତ୍ରୀ ହେଲେ ମମତା ସିଂ

ପାଟଣା : କେନ୍ଦୁଝର ଜିଲ୍ଲାର ଆଗଧାଡ଼ିର ନାରୀ ନେତ୍ରୀ ଭାବେ ସୁପରିଚିତା ମମତା ସିଂଙ୍କୁ କେନ୍ଦୁଝର ଜିଲ୍ଲା ବିଜେପି ମହିଳା ମୋର୍ଚ୍ଚାର ସଭାନେତ୍ରୀ ଭାବେ ଜିଲ୍ଲା ବିଜେପି ସଭାପତି ଅଂଶୁମାନ ସବୁଜ ମହାନ୍ତ ବର୍ମା ନୂତନ ଗୁରୁଦାୟିତ୍ୱ ପ୍ରଦାନ କରିଛନ୍ତି। ପୂର୍ବରୁ ମମତା ଜିଲ୍ଲା ବିଜେପି ମହିଳା ମୋର୍ଚ୍ଚାର କାର୍ୟ୍ୟକାରିଣୀ ସଦସ୍ୟା ରୂପେ ଦାୟିତ୍ୱ ସମ୍ପାଦନ କରି ଆସିଛନ୍ତି। ତାଙ୍କୁ ଜିଲ୍ଲା ବିଜେପି ମହିଳା ମୋର୍ଚ୍ଚାର ସଭାନେତ୍ରୀ ରୂପେ ଚୟନ କରାଯାଇଥିବାରୁ ଏ ନେଇ ସେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ପ୍ରତାପ ଚନ୍ଦ୍ର ଷଡଙ୍ଗୀ, ରାଜ୍ୟ ସଭାପତି ସମୀର ମହାନ୍ତି, ସଂଗଠନ ମନ୍ତ୍ରୀ ମାନସ ମହାନ୍ତି, ମହିଳା ମୋର୍ଚ୍ଚା ରାଜ୍ୟ ସଭାନେତ୍ରୀ ସ୍ମୃତି ପଟ୍ଟନାୟକ, ପୂର୍ବତନ ସାଂସଦ ଅନନ୍ତ ନାୟକ, ସଦର ବିଧାୟକ ମୋହନ ଚରଣ ମାଝୀ ଏବଂ ଜିଲ୍ଲା ବିଜେପି ସଭାପତି ଅଂଶୁମାନ ସବୁଜ ମହାନ୍ତ ବର୍ମାଙ୍କ ନିକଟରେ କୃତଜ୍ଞତା ପ୍ରକାଶ କରିଛନ୍ତି।

kalyan agarbati

Comments are closed.