www.samajalive.in
Sunday, December 7, 2025
18.1 C
Bhubaneswar

ମମିତା ମେହେର ନିଖୋଜ ଓ ହତ୍ୟା ଘଟଣା : ହାଇକୋର୍ଟରେ ଜନସ୍ୱାର୍ଥ ମାମଲା

କଟକ : ମହାଲିଙ୍ଗ ସନ୍‍ସାଇନ୍‍ ଇଂଲିଶ ମିଡ଼ିୟମ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ନିଖୋଜ ଓ ହତ୍ୟା ବିରୋଧରେ ଏକ ଜନସ୍ୱାର୍ଥ ମାମଲା ହାଇକୋର୍ଟରେ ରୁଜୁ କରାଯାଇଛି । ଭାରତୀୟ ବିକାଶ ପରିଷଦ ପକ୍ଷରୁ ଆଜି ଉଚ୍ଚ ନ୍ୟାୟାଳୟଠାରେ ଦାଖଲ ହୋଇଥିବା ମାମଲାରେ ଦର୍ଶାଯାଇଛି ଯେ ମମିତା ନିଖୋଜ ହେବାର ୩ ଦିନ ମଧ୍ୟରେ ଘରକୁ ନଫେରିବାରୁ ତାଙ୍କ ଭାଇ କେ ଗାଁ ଓ ତୁରେଇକେଲା ପୁଲିସ ନିକଟରେ ଏତଲା ଦେଇଥିଲେ।
ଭାରତୀୟ ବିକାଶ ପରିଷଦ ପକ୍ଷରୁ ଏହି ଘଟଣାର ସିବିଆଇ ତଦନ୍ତ କରାଯିବା ସହିତ ମମିତାଙ୍କ ପରିବାରକୁ ୫୦ଲକ୍ଷ ଟଙ୍କା ଦେବାପାଇଁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେବା ସକାଶେ ଜନସ୍ୱାର୍ଥ ମାମଲାରେ ଉଲ୍ଲେଖ କରାଯାଇଛି । ମାମଲାରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ସମେତ ପୁଲିସ ମହାନିର୍ଦ୍ଦେଶକଙ୍କୁ ପକ୍ଷଭୁକ୍ତ କରାଯାଇଛି ।
ସେହିପାର ମମିତା ମେହେରଙ୍କୁ ନ୍ୟାୟପ୍ରଦାନ ଦାବିରେ ଆଜି ୧୨ ଘଣ୍ଟିଆ ବଲାଙ୍ଗୀର ବନ୍ଦ ପାଳନ କରାଯାଇଛି । ଫଳରେ ଦୋକାନ ବଜାର ବନ୍ଦ ରହିଛି । ଏହାକୁ ସ୍ୱତଃପ୍ରବୃତ୍ତ ଭାବେ ଲୋକଙ୍କ ସମର୍ଥନ ମିଳିଥିବା ଦେଖିବାକୁ ମିଳିଛି । ଗତକାଲି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଓ ଆରକ୍ଷୀ ଅଧୀକ୍ଷକଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜେପି ତରଫରୁ ଧାରଣା ଓ ପ୍ରତିବାଦ କରାଯାଇ ଘଟଣାରେ ବହୁ ବଡବଡିଆଙ୍କ ନାମ ଆସୁଥିବାରୁ ସିବିଆଇ ତଦନ୍ତ ଦାବି କରାଯାଇଥିଲା । ଘଟଣାର ପ୍ରତିବାଦ ସ୍ୱରୂପ ଆଜି ବଲାଙ୍ଗୀର ବନ୍ଦ ଡାକରା ଦିଆଯାଇଛି ।

ଅନ୍ୟପକ୍ଷରେ  ମମିତା ମେହେର ହତ୍ୟା ଘଟଣାକୁ ନେଇ କଳାହାଣ୍ଡି ସାଂସଦ ବସନ୍ତ ପଣ୍ଡା ଓ ବିଜେପି ମହିଳାମୋର୍ଚ୍ଚା ସଭାପତି ସ୍ମୃତି ପଟ୍ଟନାୟକ ଭବାନୀ ପାଟଣାଠାରେ ଏକ ସାମ୍ବାଦିକ ସମ୍ମିଳନୀରେ ରାଜ୍ୟ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଦାବି କରିଛନ୍ତି । ମନ୍ତ୍ରୀଙ୍କୁ ବହିଷ୍କାର ସହ ତାଙ୍କୁ ଗିରଫ ନ ହେବା ପର୍ଯ୍ୟନ୍ତ ରାଜ୍ୟବ୍ୟାପୀ ମହିଳା ମୋର୍ଚ୍ଚା ଆନ୍ଦୋଳନ ଜାରି ରଖିବ ବୋଲି କହିଛି । ତେବେ ମହିଳା ମୋର୍ଚ୍ଚାର ୫ଜଣିଆ କମିଟି ଆଜି ପୀଡିତାଙ୍କ ପରିବାରବର୍ଗଙ୍କୁ ଭେଟିବା ସହ  ମୃତଦେହ ଉଦ୍ଧାର କରାଯାଇଥିବା ସ୍ଥାନ ପରିଦର୍ଶନ କରିଛନ୍ତି ।

- Advertisement -

ଅନ୍ୟ ଏକ ଘଟଣାକ୍ରମରେ  ଗୋବିନ୍ଦସାହୁଙ୍କ ସହଯୋଗୀ ରାଧେଙ୍କୁ ବଙ୍ଗୋମୁଣ୍ଡା ପୁଲିସ ଗିରଫ କରି କୋର୍ଟ ଚାଲାଣ କରିଥିବା ଜଣାପଡିଛି ।

Hot this week

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

Related Articles

Popular Categories