www.samajalive.in
Monday, December 15, 2025
27.1 C
Bhubaneswar

ମହାନଦୀରେ ବୁଡ଼ି ପୁତୁରା ମୃତ, ଦାଦା ନିଖୋଜ

ସମାଜ ଡିଜିଟାଲ ଡେସ୍କ: ଜଗତସିଂହପୁର ଜିଲା ତିର୍ତ୍ତୋଲ ବ୍ରିଜ ନିକଟ ମହାନଦୀରେ ବୁଡ଼ିଯାଇ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଯୁବକଙ୍କୁ ଉଦ୍ଧାର କରିବାକୁ ଯାଇ ତାଙ୍କ ଦାଦା ନିଖୋଜ ହୋଇଯାଇଛନ୍ତି। ଅଗ୍ନିଶମ ବାହିନୀ ପକ୍ଷରୁ ତାଙ୍କୁ ଉଦ୍ଧାର କରିବା ଲାଗି ଉଦ୍ୟମ ଚାଲିଛି।

ସୂଚନା ଅନୁସାରେ, ସ୍ଥାନୀୟ ଅଞ୍ଚଳର ଜଣେ ବ୍ୟକ୍ତିଙ୍କ ଶୁଦ୍ଧିକ୍ରିୟା ଚାଲିଥିଲା। ଏହି ସମୟରେ ଯୁବକ ଜଣକ ମହାନଦୀରେ ବୁଡ଼ ପକାଇଥିଲେ। ହେଲେ କୌଣସି କାରଣରୁ ସେ ବୁଡ଼ି ଯାଇଥିଲେ। ତାଙ୍କୁ ଉଦ୍ଧାର କରିବାକୁ ଯାଇ ଦାଦା ପାଣିକୁ ଯାଇଥିଲେ। ହେଲେ ସେ ବି ନିଖୋଜ ହୋଇଯାଇଥିଲେ। ଖବରପାଇ ଅଗ୍ନିଶମ ବାହିନୀ ପହଞ୍ଚି ଖୋଜାଖୋଜି କରିଥିଲେ। ପୁତୁରାର ମୃତଦେହ ମିଳିଥିବାବେଳେ ଦାଦା ନିଖୋଜ ରହିଛନ୍ତି। ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।

Hot this week

ମେସିଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଦିଲ୍ଲୀରେ ପ୍ରବଳ ମାତ୍ରାରେ ପ୍ରଦୂଷଣ ଯୋଗୁଁ...

ବିଶିଷ୍ଟ ଦନ୍ତ ଚିକିତ୍ସକ ପ୍ରୋଫେସର ଡକ୍ଟର ସୁଶାନ୍ତ ମହାନ୍ତି ISPPD ଅଧ୍ୟକ୍ଷ ଭାବେ ନିର୍ବାଚିତ

ଭୁବନେଶ୍ୱର: ଇଣ୍ଡିଆନ୍‌ ସୋସାଇଟି ଅଫ୍‌ ପେଡୋଡଣ୍ଟିକ୍ସ ଏଣ୍ଡ ପ୍ରିଭେନ୍ଟିଭ୍‌ ଡେଣ୍ଟିଷ୍ଟ୍ରି (ISPPD)...

ମଣ୍ଡେଇ ସାଂସ୍କୃତିକ ମଞ୍ଚରେ ବାଘ-ଛେଳି ଛକାପଞ୍ଝା

ନବରଙ୍ଗପୁର: ସାଂସ୍କୃତିକ ମଞ୍ଚ ପାଲଟିଲା ରାଜନୈତିକ ମଞ୍ଚ । ଲକ୍ଷାଧିକ ଦର୍ଶକ...

ମୁଖ୍ୟ ସୂଚନା ଆୟୁକ୍ତ ଭାବେ ଶପଥ ନେଲେ ରାଜ କୁମାର ଗୋୟଲ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ ଭାରତୀୟ ପ୍ରଶାସନିକ ଅଧିକାରୀ ରାଜ...

ମଙ୍ଗଳ ଗୋଚର: ୩ରାଶିରେ ଅର୍ଥ ବର୍ଷା, ବିଳାସପୂର୍ଣ୍ଣ ଜୀବନ ମିଳିବ

ଜ୍ୟୋତିଷ ଶାସ୍ତ୍ରରେ ମଙ୍ଗଳ ଗ୍ରହକୁ ସାହସ, ଶକ୍ତି, ଦକ୍ଷତା, କ୍ରୋଧ, ଉତ୍ସାହ,...

Related Articles

Popular Categories