www.samajalive.in
Sunday, December 14, 2025
26.1 C
Bhubaneswar

ବିଦ୍ୟୁତ ସ୍ପର୍ଶରେ ବ୍ୟବସାୟୀଙ୍କ ମୃତ୍ୟୁ

ଗୋପାଳପୁର: ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଧୀନ ହଳଦିଆପଦର ଅଟୋ ନଗରରେ ବିଦ୍ୟୁତ ସ୍ପର୍ଶରେ ଜଣେ ବ୍ୟବସାୟୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ହଳଦିଆପଦର ଗ୍ରାମର କେଦାରନାଥ ଦଳେଇ(୫୨)।

କେଦାରନାଥ ଶନିବାର ସକାଳ ପ୍ରାୟ ୮ଟାରେ ନିଜ ଦୋକାନରେ ୱେଲଡିଂ କାମ କରୁଥିବା ବେଳେ ଅସାବଧାନତା ବଶତଃ ବିଦ୍ୟୁତ ସଂସ୍ପର୍ଶରେ ଆସିଯାଇଥିଲେ। ଫଳରେ ସେଠାରେ ସେ ଚେତାଶୂନ୍ୟ ହୋଇ ପଡ଼ିଯାଇଥିଲେ। ସେଠାରେ ଉପସ୍ଥିତ କିଛି ଲୋକ ତାଙ୍କୁ ଉଦ୍ଧାର କରି ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର କେଦାରନାଥଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ ଗୋଳନ୍ଥରା ପୁଲିସ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଥିଲେ। ପରେ ମୃତଦେହ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଥିଲା। ଏ ନେଇ ଥାନାରେ ଏକ  ଅପମୃତ୍ୟୁ ମାମଲା(୨୨/୨୫) ରୁଜୁ ହୋଇଛି।

Hot this week

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

Related Articles

Popular Categories