www.samajalive.in
Sunday, December 14, 2025
26.1 C
Bhubaneswar

ଅଟୋ ଧକ୍କାରେ ବାଇକ୍‍ ଚାଳକ ମୃତ

ପିପିଲି: ପିପିଲି ଥାନା ଅନ୍ତର୍ଗତ ନୂଆଗାଁ ଗ୍ରାମ୍ୟଛକ ନିକଟରେ ରବିବାର ସକାଳେ ଘଟିଥିବା ଏକ ସଡକ ଦୁର୍ଘଟଣାରେ ଜଣେ ବିବାହିତ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ନାମ କୁଳମଣି ବେହେରା (୨୭) ଓ ତାଙ୍କ ଘର ଖୋର୍ଦ୍ଧା ଜିଲା ଜଟଣୀ ଥାନା ଅନ୍ତର୍ଗତ ନିରଞ୍ଜନପୁର ଅଞ୍ଚଳରେ ହୋଇଥିବା ସୂଚନା ମିଳିଛି।

ପ୍ରାପ୍ତ ସୂଚନା ଅନୁଯାୟୀ, କୁଳମଣି ଜଣେ ରାଜମିସ୍ତ୍ରି ହୋଇଛି। ସେ ରବିବାର ସକାଳ ପ୍ରାୟ ୬ଟାରେ ଏକ ବାଇକରେ ଯାଉଥିବା ବେଳେ ପିପିଲି-ଡେଲାଙ୍ଗ ରାସ୍ତାର ନୂଆଗାଁ ଗ୍ରାମ୍ୟଛକ ନିକଟରେ ଏକ ଅଟୋ ତାଙ୍କୁ ଧକ୍କା ଦେଇଥିଲା । ଫଳରେ ସେ ଗୁରୁତର ଆହତ ହୋଇଥିଲେ। ସ୍ଥାନୀୟ ଲୋକେ ତାଙ୍କୁ ସଂକଟାପନ୍ନ ଅବସ୍ଥାରେ ଉଦ୍ଧାର କରି ପିପିଲି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ତେବେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ଏ ନେଇ ମୃତକଙ୍କ ପତ୍ନୀଙ୍କ ଲିଖିତ ଅଭିଯୋଗ ଆଧାରରେ ପିପିଲି ଥାନାରେ ଏକ ମାମଲା ରୁଜୁ ହୋଇଛି। ତଦନ୍ତକାରୀ ଅଧିକାରୀ ଏସ୍‍ଆଇ ନାରାୟଣ ବେହେରା ଡାକ୍ତରଖାନାରେ ପହଞ୍ଚି ମୃତଦେହର ପଞ୍ଚାନାମା କରିବା ସହ ବ୍ୟବଚ୍ଛେଦ ପାଇଁ ପୁରୀ ପଠାଇଥିଲେ। ଦୁର୍ଘଟଣାଗ୍ରସ୍ତ ଗାଡି ଦୁଇଟିକୁ ଜବତ କରି ପୁଲିସ ଘଟଣାର ତଦନ୍ତ ଚଳାଇଛି।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories