www.samajalive.in
Thursday, December 11, 2025
27.1 C
Bhubaneswar

ନଦୀରେ ବୁଡ଼ି ଯୁବକ ମୃତ

ମୋହନା: ଗଜପତି ଜିଲ୍ଲା ଅଡ଼ବା ଥାନା ଅନ୍ତର୍ଗତ ବାଟାମା ହରଭଙ୍ଗୀ ନଦୀରେ ଗାଧୋଇବାକୁ ଯାଇ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ବ୍ରହ୍ମପୁର ଲୋଚାପଡ଼ା ଅଞ୍ଚଳର ପ୍ରତାପ ନାୟକ(୪୦) ବୋଲି ଜଣାପଡ଼ିଛି।

ଘଟଣାରୁ ପ୍ରକାଶ, ବୁଧବାର ସନ୍ଧ୍ୟା ସମୟରେ ପ୍ରତାପ ଅଡବାର ଏକ ହୋଟେଲ କାମ ସାରି ନିଜ ମାଲିକଙ୍କ ସହ ହରଭଙ୍ଗୀ ନଦୀକୁ ଗାଧୋଇବାକୁ ଯାଇଥିବା ବେଳେ ଗୋଡ଼ ଖସି ନଦୀର ଗଣ୍ଡରେ ବୁଡି ଯାଇଥିଲେ। ମାଲିକ ସ୍ଥାନୀୟ ଲୋକଙ୍କ ସହଯୋଗରେ ବହୁ ଖୋଜାଖୋଜି କରିବା ପରେ ଯୁବକଙ୍କୁ ପାଣିରୁ ଉଦ୍ଧାର କରିଥିଲେ। ତାଙ୍କୁ ଅଡ଼ବା ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ। ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ଘଟଣାସ୍ଥଳେରେ ଅଡ଼ବା ପୁଲିସ ପହଞ୍ଚି ମୃତଦେହ ଜବତ କରି ବ୍ରହ୍ମପୁର ମେଡ଼ିକାଲକୁ ବ୍ୟବଚ୍ଛେଦ ନିମନ୍ତେ ପଠାଇଛି। ଏନେଇ ଅଡ଼ବା ଥାନା କେଶ ନଂ୨/୨୨ରେ ମାମଲା ରୁଜୁ ହୋଇଥିବା ଥାନା ଅଧିକାରୀ ଆନନ୍ଦ ଚନ୍ଦ୍ର ପାତ୍ର କହିଛନ୍ତି।

Hot this week

ଆରମ୍ଭ ହେଲା ଟ୍ରମ୍ପ ଗୋଲ୍ଡ କାର୍ଡ : ଆସନ୍ତୁ ଜାଣିବା କଣ ଏହା…

ନୂଆଦିଲ୍ଲୀ: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ନୂତନ ଭିସା କାର୍ଯ୍ୟକ୍ରମ...

ଆଇନଶୃଙ୍ଖଳା ବଜାୟ ରଖ: କେଭି

ମାଲକାନଗିରି : ମାଲକାନଗିରିରେ ଉପମୁଖ୍ୟମନ୍ତ୍ରୀଙ୍କ ବୈଠକ ଶେଷ ହୋଇଛି। ପର୍ଯ୍ୟାୟକ୍ରମେ ଦୁଇ...

ପାକିସ୍ତାନକୁ ଏଫ-୧୬ ଯୁଦ୍ଧ ବିମାନର ପ୍ରଯୁକ୍ତିବିଦ୍ୟା ବିକିବ ଆମେରିକା

ସମାଜ ଲାଇଭ ଡ଼େସ୍କ : ଯୁକ୍ତରାଷ୍ଟ୍ର ଆମେରିକା ପାକିସ୍ତାନକୁ ଏଫ-୧୬ ଯୁଦ୍ଧ...

ଥରୁଛି ସାରା ଓଡିଶା : ୧୦ ଡିଗ୍ରୀ ତଳେ ୧୬ ସହର

ଭୁବନେଶ୍ଵର : ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ୧୦ ଡିଗ୍ରୀ...

ବସ୍‌-ବାଇକ୍ ଧକ୍କା : ଦୁଇ ଛାତ୍ର ମୃତ

ପଦ୍ମପୁର: ରାୟଗଡା ଜିଲ୍ଲା ରାମନାଗୁଡା ବ୍ଲକ ପାଲୁପାଇ ନିକଟରେ ବସ୍- ବାଇକ୍...

Related Articles

Popular Categories