www.samajalive.in
Monday, December 15, 2025
27.1 C
Bhubaneswar

ଚାକିରି ଦେବାକୁ ଡାକି ଯୁବତୀଙ୍କୁ ଦୁଷ୍କର୍ମ ଉଦ୍ୟମ, ଅଭିଯୁକ୍ତ ଗିରଫ

ସମାଜଲାଇଭ ଡେସ୍କ: ଚାକିରି ଦେବାକୁ ଡାକି ଯୁବତୀଙ୍କୁ ଦୁଷ୍କର୍ମ ଉଦ୍ୟମ କରାଯାଇଛି। ରାଜଧାନୀ ଭୁବନେଶ୍ଵରରେ ଏଭଳି ଘଟଣା ସାମ୍ନାକୁ ଆସିଛି। ପୀଡ଼ିତା ଏ ନେଇ ଥାନାରେ ଅଭିଯୋଗ କରିବା ପରେ ପୁଲିସ ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଛି।

ସୂଚନା ଅନୁସାରେ, ଅଭିଯୁକ୍ତ ଜଣକ ହେଲେ ଖୋର୍ଦ୍ଧା ଜିଲା ଜଙ୍କିଆ ଥାନା ମଣିପୁର ପାଟଣାର ନରେଶ ଦଳେଇ। ପୀଡ଼ିତାଙ୍କ ଅଭିଯୋଗ ଅନୁସାରେ, ନରେଶ ନିଜର ପିଏ ରଖିବା ଲାଗି ଖବରକାଗଜରେ ବିଜ୍ଞାପନ ଦେଇଥିଲେ। ସେ ବିଜ୍ଞାପନ ଦେଖି ସାକ୍ଷାତକାର ଦେବାକୁ ଯାଇଥିଲେ। ଅଭିଯୁକ୍ତ ଏକ ହୋଟେଲରେ ସାକ୍ଷାତକାର ଥିବା କହି ଡକାଇଥିଲେ। ସେ ହୋଟେଲରେ ପହଞ୍ଚିବା ପରେ ତାଙ୍କ ସହିତ ଅସଦାଚରଣ କରିଥିଲେ। ଏପରି କି ଦୁଷ୍କର୍ମ ଉଦ୍ୟମ କରିଥିଲେ। ଉଲଗ୍ନ କରି ଭିଡିଓ ଉତ୍ତୋଳନ ବି କରିଥିଲେ। କୌଣସି ପ୍ରକାରେ ସେ ସେଠାରୁ ଖସି ଆସିବାରେ ସଫଳ ହୋଇଥିଲେ। ପୁଲିସ ଘଟଣାର ତଦନ୍ତ କରି ଅଭିଯୁକ୍ତକୁ ଗିରଫ କରିଛି।

Hot this week

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

ମେସିଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଦିଲ୍ଲୀରେ ପ୍ରବଳ ମାତ୍ରାରେ ପ୍ରଦୂଷଣ ଯୋଗୁଁ...

ବିଶିଷ୍ଟ ଦନ୍ତ ଚିକିତ୍ସକ ପ୍ରୋଫେସର ଡକ୍ଟର ସୁଶାନ୍ତ ମହାନ୍ତି ISPPD ଅଧ୍ୟକ୍ଷ ଭାବେ ନିର୍ବାଚିତ

ଭୁବନେଶ୍ୱର: ଇଣ୍ଡିଆନ୍‌ ସୋସାଇଟି ଅଫ୍‌ ପେଡୋଡଣ୍ଟିକ୍ସ ଏଣ୍ଡ ପ୍ରିଭେନ୍ଟିଭ୍‌ ଡେଣ୍ଟିଷ୍ଟ୍ରି (ISPPD)...

Related Articles

Popular Categories