www.samajalive.in
Monday, December 15, 2025
24.1 C
Bhubaneswar

ମୋବାଇଲ ପାଇଁ ଯୁବକଙ୍କୁ ତଣ୍ଟି ଚିପି ହତ୍ୟା, ୨ ଗିରଫ

ସମାଜ ଡିଜିଟାଲ ଡେସ୍କ: ମୋବାଇଲ ଫୋନ ପାଇଁ ଜଣେ ଯୁବକଙ୍କୁ ତଣ୍ଟିଚିପି ହତ୍ୟା କରାଯାଇଛି। ବଲାଙ୍ଗୀର ଜିଲା ଖପ୍ରାଖୋଲ ଥାନା ଅନ୍ତର୍ଗତ ଦେଦର୍ହ ଗ୍ରାମରେ ଏହି ହତ୍ୟାକାଣ୍ଡ ଘଟିଛି। ଏହି ଘଟଣାରେ ପୁଲିସ ୨ ଅଭିଯୁକ୍ତଙ୍କୁ ଗିରଫ କରିଛି।

ସୂଚନା ଅନୁସାରେ, ହତ୍ୟାର ଶିକାର ହୋଇଥିବା ଯୁବକ ଗାଁ ପୋଖରୀକୁ ଶୌଚ ହେବାକୁ ଯାଇଥିଲେ। ସେଠାରେ ଆଗରୁ ଅନ୍ୟ ୨ ଜଣ ଯୁବକ ଥିଲେ। ଯୁବକ ଜଣକ ସେମାନଙ୍କଠାରୁ ଥଟ୍ଟାମଜାରେ ମୋବାଇଲ ଛଡ଼ାଇ ନେଇଥିଲେ। ଏହାକୁ ନେଇ ସେମାନଙ୍କ ମଧ୍ୟରେ ବଚସା ହୋଇଥିଲା। ଯାହାଫଳରେ ଅଭିଯୁକ୍ତ ୨ ଜଣ ଉକ୍ତ ଯୁବକଙ୍କୁ ତଣ୍ଟିଚିପି ହତ୍ୟା କରିଥିଲେ। ପୁଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହିତ ଅଭିଯୁକ୍ତ ଦ୍ଵୟଙ୍କୁ ଗିରଫ କରିଛି।

Hot this week

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

Related Articles

Popular Categories