www.samajalive.in
Saturday, December 6, 2025
16.1 C
Bhubaneswar

ରାଜ୍ୟସଭା ସାଂସଦ ଭାବେ ଶପଥ ଗ୍ରହଣ କଲେ ମାନସ ମଙ୍ଗରାଜ ଓ ସୁଲତା ଦେଓ

ନୂଆଦିଲ୍ଲୀ :  ବିଜେଡିର ଦୁଇ ନୂଆ ସାଂସଦ ମାନସ ମଙ୍ଗରାଜ ଓ ସୁଲତା ଦେଓ ରାଜ୍ୟସଭା ସଭ୍ୟ ଭାବେ ଶପଥ ଗ୍ରହଣ କରିଛନ୍ତି । ଦୁଇ ଓଡ଼ିଆ ସାଂସଦ ମାତୃଭାଷାରେ ଶପଥ ପାଠ କରିଥିଲେ । ରାଜ୍ୟସଭା ପରିସରରେ ଦିନ ୧୧ଟା ସମୟରେ ରାଜ୍ୟସଭା ଅଧ୍ୟକ୍ଷ ଏମ୍‍.ଭେଙ୍କେୟା ନାଇଡୁ ଏହି ଦୁଇ ନବନିର୍ବାଚିତ ସାଂସଦଙ୍କୁ ଶପଥପାଠ କରାଇଥିଲେ। ସୂଚନା ଥାଉକି, ନିଜ ନିଜ ପରିବାର ସହିତ ଦୁଇ ସାଂସଦ ଶପଥ ଗ୍ରହଣ ଉତ୍ସବରେ ସାମିଲ ହୋଇଥିଲେ।

ସେହିଭଳି ରାଜ୍ୟସଭାକୁ ନିର୍ବାଚିତ ହୋଇଥିବା ନିରଞ୍ଜନ ବିଶି ପୂର୍ବରୁ ଶପଥ ଗ୍ରହଣ କରିସାରିଛନ୍ତି । ତେବେ ପରବର୍ତ୍ତି ସମୟରେ ରାଜ୍ୟସଭା ସାଂସଦ ଭାବେ  ସସ୍ମିତ ପାତ୍ର ଶପଥ ନେବେ ବୋଲି ଜଣାପଡିଛି ।

- Advertisement -

 

Hot this week

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

Related Articles

Popular Categories