www.samajalive.in
Saturday, December 6, 2025
16.1 C
Bhubaneswar

ଆଜି ୯ ରାଜ୍ୟର ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ବୈଠକ

ନୂଆଦିଲ୍ଲୀ: କରୋନା ପ୍ରସଙ୍ଗକୁ ନେଇ ଆଜି ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ । କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭ୍ୟଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିବ ବୋଲି ସୂଚନା ମିଳିଛି । ୯ଟି ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳର ସ୍ୱାସ୍ଥ୍ୟମନ୍ତ୍ରୀ ଓ ଅଧିକାରୀଙ୍କ ସହ ଆଲୋଚନା ହେବା ନେଇ କୁହାଯାଇଛି । ସମସ୍ତ ସ୍ୱାସ୍ଥ୍ୟମନ୍ତ୍ରୀ ଓ ଅଧିକାରୀଙ୍କ ସହ କରୋନା ମୁକାବିଲା ନେଇ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଆଲୋଚନା କରିବେ । ଟିକାକରଣ ଓ କରୋନା ସଂକ୍ରମଣକୁ କିପରି ରୋକ୍‍ ଲଗାଯାଇପାରିବ ସେନେଇ ଅଲୋଚନା କରିବେ ମନ୍ତ୍ରୀ । ଅନ୍ୟପଟେ ଦେଶରେ କରୋନା ସଂକ୍ରମଣ ହ୍ରାସ ପାଇଥିଲେ ବି ୩ ଲକ୍ଷ ଉପରେ ଦୈନିକ ମାମଲା ଆସୁଛି । ପ୍ରତ୍ୟେକ ଦିନ କରୋନା ଯୋଗୁ ୫ଶହ ଉପରେ ଆକ୍ରାନ୍ତଙ୍କ ମୃତ୍ୟୁ ହେଉଛି । ଏହାକୁ ଦୃଷ୍ଟିରେ ରଖି ଆଜି ବୈଠକ ବସିବ ।

Hot this week

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

ଖଣି ଅଧିକାରୀଙ୍କ ଠାରୁ ୩ଟ୍ରକ ଛଡାଇ ନେଲେ ମାଫିଆ

ସୋର: ଖଣି ବିଭାଗ ଠାରୁ ଛଡାଇ ନେଲେ ତିନି ଟ୍ରକ ।...

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

Related Articles

Popular Categories