www.samajalive.in
Sunday, December 14, 2025
19.1 C
Bhubaneswar

ଅସୁସ୍ଥ ପତ୍ନୀଙ୍କୁ ଭେଟିବାକୁ ଜେଲରୁ ଆସିଲେ ମନୀଷ ସିସୋଦିଆ

ନୂଆଦିଲ୍ଲୀ: ଦିଲ୍ଲୀର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ ତାଙ୍କ ଅସୁସ୍ଥ ପତ୍ନୀଙ୍କୁ ଭେଟିବା ପାଇଁ ନିଜ ଘରେ ପହଞ୍ଚିଛନ୍ତି। ଦିଲ୍ଲୀ ପୁଲିସ ସିସୋଦିଆଙ୍କୁ ତିହାର ଜେଲରୁ ତାଙ୍କ ଘରକୁ ନେଇଛି। ସୁପ୍ରିମକୋର୍ଟ ମନୀଷ ସିସୋଦିଆଙ୍କୁ ଶନିବାର ସକାଳ ୧୦ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ତାଙ୍କ ଅସୁସ୍ଥ ପତ୍ନୀଙ୍କୁ ଭେଟିବାକୁ ଅନୁମତି ଦେଇଛନ୍ତି। ଦିଲ୍ଲୀ ପୁଲିସ ସିସୋଦିଆଙ୍କୁ କଏଦୀମାନଙ୍କ ପାଇଁ ଉଦ୍ଦିଷ୍ଟ ଭ୍ୟାନରେ ନେଇ ଶନିବାର ସକାଳ ୧୦ଟାରେ ମଥୁରା ରୋଡସ୍ଥିତ ଥିବା ତାଙ୍କ ଘରେ ପହଞ୍ଚିଛି। ଜୁନ୍ ମାସରେ ମଧ୍ୟ ଦିଲ୍ଲୀ ହାଇକୋର୍ଟ ସିସୋଦିଆଙ୍କୁ ତାଙ୍କ ଅସୁସ୍ଥ ପତ୍ନୀ ସୀମାଙ୍କୁ ଭେଟିବାକୁ ଅନୁମତି ଦେଇଥିଲେ।

ଏଠାରେ ସୂଚନାଯୋଗ୍ୟ, ଦିଲ୍ଲୀ ଅବକାରୀ ନୀତି ମାମଲାରେ ସିବିଆଇ ମନୀଷ ସିସୋଦିଆଙ୍କୁ ଫେବୃୟାରୀ ୨୬ ତାରିଖରେ ଦୀର୍ଘ ସମୟ ପଚରାଉଚରା କରିବା ପରେ ଗିରଫ କରିଥିଲା। ମନୀଷ ଏବେ ତିହାର ଜେଲ୍‌ରେ ଅଛନ୍ତି। ଅପରପକ୍ଷେ, ଏହି ମାମଲାରେ ପ୍ରବର୍ତ୍ତନ ନିର୍ଦେଶାଳୟ(ଇଡି) ଅର୍ଥ ହେରଫେରର ଯାଞ୍ଚ କରୁଛି।

Hot this week

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

Related Articles

Popular Categories