www.samajalive.in
Monday, December 15, 2025
24.1 C
Bhubaneswar

ଦିଲ୍ଲୀରୁ ଫେରିଲେ ମନମୋହନ ସାମଲ; କହିଲେ ସବୁ ବିଷୟରେ ଆଲୋଚନା କରୁଛୁ

ଭୁବନେଶ୍ୱର: ଲୋକସଭା ନିର୍ବାଚନରେ ରାଜ୍ୟରେ ବିଜେପି-ବିଜେଡି ମେଣ୍ଟ ହେବ କି ନାହିଁ । ଏନେଇ ଚିତ୍ର ସ୍ପଷ୍ଟ ହେଉନଥିବା ବେଳେ ଦିଲ୍ଲୀରୁ ଫେରିଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ଓଡ଼ିଶା ଫେରିବା ପରେ ମେଣ୍ଟ ପ୍ରସଙ୍ଗରେ ପ୍ରତିକ୍ରିୟା ଦେଇ ସେ କହିଛନ୍ତି ଯେ ସବୁ ଠିକ୍‍ ଚାଲିଛି, ସବୁ ବିଷୟରେ ବିଚାର ଆଲୋଚନା କରାଯାଉଛି । ଆମର ଯାହା ପ୍ରକ୍ରିୟା ରହିଛି ତାହା କରାଯାଉଛି । ତେବେ ପୂର୍ବରୁ ମେଣ୍ଟ ଉପରେ ଖୋଲାଖୋଲି କହୁଥିବା ସଭାପତିଙ୍କ ଆଜି ଏଭଳି ବୟାନ ମେଣ୍ଟ ହେବା ନେଇ ଇସାରା କରୁଛି । ବୁଧବାର ଗୃହମନ୍ତ୍ରୀ ଅମିତ ଶାହଙ୍କ ସହ ରାଜ୍ୟ ନେତାଙ୍କ ବୈଠକ ହୋଇଥିଲା । ଦୁଇ ଦଳ ମଧ୍ୟରେ ଆସନ ଭାଗବଣ୍ଟା ନେଇ ମେଣ୍ଟ ହେବାରେ ବିଳମ୍ବ ହେଉଥିବା କୁହାଯାଉଛି ।

Hot this week

ମାଲକାନଗିରିରେ ସ୍ଵାଭାବିକ ହେଲା ଇଣ୍ଟରନେଟ୍

ମାଲକାନଗିରି: ମାଲକାନଗିରିରେ ହିଂସାର ୮ ଦିନ ପରେ ସ୍ଵାଭାବିକ ହେଲା...

ବୈଜୟନ୍ତ ପଣ୍ଡାଙ୍କୁ ଆସାମ ନିର୍ବାଚନ ଦାୟିତ୍ଵ

ସମାଜ ଲାଇଭ ଡ଼େସ୍କ : କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡାଙ୍କୁ ପୁଣି...

କେନାଲ ଖୋଳକୁ ନେଇ ଉତ୍ତେଜନା: ପୁଲିସ ସହ ଧସ୍ତାଧସ୍ତି

ବ୍ରହ୍ମଗିରି: ବ୍ରହ୍ମଗିରି ହରିଦାସ ଗାଁରେ କେନାଲ ଖୋଳାକୁ ନେଇ ପ୍ରବଳ ଉତ୍ତେଜନା...

ନିଷ୍ପତ୍ତି ଉପରେ ଆଉ ଥରେ ବିଚାର କରିବା ଉଚିତ- ନରସିଂହ ମିଶ୍ର

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ ବହିଷ୍କୃତ...

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

Related Articles

Popular Categories