www.samajalive.in
Saturday, December 6, 2025
26.1 C
Bhubaneswar

ପୁଣି ମନମୋହନଙ୍କୁ ଭରସା କଲା ବିଜେପି

ଭୁବନେଶ୍ଵର: ଶେଷରେ ହାତୀ ପୁଣି ଥରେ ମନମୋହନ ସାମଲଙ୍କ ମୁଣ୍ଡ ଉପରେ ସୁନା କଳସ ଢାଳିଛି। ନିର୍ବିବାଦୀୟ ଭାବରେ ମନମୋହନ ସାମଲ ପରବର୍ତ୍ତୀ ରାଜ୍ୟ ବିଜେପି ସଭାପତି ହୋଇଛନ୍ତି। ଏନେଇ ଆନୁଷ୍ଠାନିକ ଭାବରେ ଘୋଷଣା କରାଯାଇ ନାହିଁ, ମାତ୍ର ଏକମାତ୍ର ପ୍ରାର୍ଥୀ ଭାବରେ ସେ ନାମାଙ୍କନ ପତ୍ର ଦାଖଲ କରିଥିବାରୁ ସେ ହିଁ ନିର୍ଦ୍ବନ୍ଦ୍ଵରେ ବିଜେପି ସଭାପତି ନିର୍ବାଚିତ ହେବା ସ୍ପଷ୍ଟ ହୋଇଯାଇଛି। ମଙ୍ଗଳବାର ଏନେଇ ବିଧିବଦ୍ଧ ଭାବେ ଘୋଷଣା କରାଯିବ। ଆସନ୍ତା ୩ ବର୍ଷ ପାଇଁ ତାଙ୍କ କାର୍ଯ୍ୟକାଳ ରହିବ।

ବର୍ତ୍ତମାନ ବିଜେପି ଏକୁଟିଆ ରାଜ୍ୟରେ କ୍ଷମତା ଦଖଲ କରିଛି। ସେହି ଦୃଷ୍ଟିରୁ ସରକାର ଏବଂ ସଙ୍ଗଠନ ମଧ୍ୟରେ ସମନ୍ୱୟ ନିହାତି ଜରୁରୀ ହୋଇପଡ଼ିଛି। ଗତ ୬ ମାସ ହେଲା ରାଜ୍ୟ ବିଜେପି ସଭାପତି ନିର୍ବାଚନ ଝୁଲି ରହିଥିଲା। ଶେଷରେ ସୋମବାର ସବୁ କଳ୍ପନା ଜଳ୍ପନା ଉପରୁ ପରଦା ହଟିଯାଇଛି। କେନ୍ଦ୍ରୀୟ ନେତା ଏବଂ ରାଜ୍ୟ ନିର୍ବାଚନ ଅଧିକାରୀଙ୍କ ଗହଣରେ ମନମୋହନ ପ୍ରାର୍ଥୀ ପତ୍ର ଦାଖଲ କରିଛନ୍ତି। ୨୦୨୪ ନିର୍ବାଚନରେ ମନମୋହନ ନିଜର ଦକ୍ଷତା ପ୍ରତିପାଦନ କରିସାରିଛନ୍ତି। ୨୪ ନିର୍ବାଚନରେ ରାଜ୍ୟରେ ୨୪ ବର୍ଷ ହେଲା କ୍ଷମତାରେ ଥିବା ବିଜୁ ଜନତା ଦଳ ପରାସ୍ତ ହୋଇଛି। ବିଜେପିର ବିଜୟ ପଛରେ ମନମୋହନଙ୍କ ବଡ ଭୂମିକା ରହିଛି। ଏବେ ସେ ସଭାପତି ହେବାପରେ ଅଟକି ରହିଥିବା ବିଜେପିର ସାଙ୍ଗଠନିକ କାର୍ଯ୍ୟ ଆଗକୁ ବଢିବ ବୋଲି ଚର୍ଚ୍ଚା ହେଉଛି। ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣ ସହିତ ବିଭିନ୍ନ ରାଜନୈତିକ ନିଯୁକ୍ତି ମଧ୍ୟ ତ୍ୱରାନ୍ୱିତ ହେବ। ଆଗରୁ ମନମୋହନ ନବୀନ ପଟ୍ଟନାୟକଙ୍କ ମନ୍ତ୍ରୀମଣ୍ଡଳରେ ବିଜେଡି-ବିଜେପି ମେଣ୍ଟ ସରକାରରେ କ୍ୟାବିନେଟ୍ ମନ୍ତ୍ରୀ ଭାବରେ କାର୍ଯ୍ୟ କରିସାରିଛନ୍ତି। ଆଗରୁ ମଧ୍ୟ ସେ ବିଜେପି ରାଜ୍ୟ ସଭାପତି ସମେତ ରାଜ୍ୟସଭା ସାଂସଦ ରହିସାରିଛନ୍ତି।

Hot this week

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

Related Articles

Popular Categories