www.samajalive.in
Sunday, December 7, 2025
14.1 C
Bhubaneswar

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇପାରନ୍ତି ମନୋହର ଖଟ୍ଟର

ନୂଆଦିଲ୍ଲୀ: ହରିୟାଣା ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇପାରନ୍ତି ମନୋହର ଲାଲ ଖଟ୍ଟର। ଏନେଇ ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା ଜୋର ଧରିଛି। ମନୋହର ଲାଲ ଇସ୍ତଫା ଦେବା ପୂର୍ବରୁ ବିଜେପି ବୈଠକରେ ତାଙ୍କ ଇସ୍ତଫା ନେଇ ଆଲୋଚନା ହୋଇଛି। ସୂଚନା ଅନୁସାରେ ମନୋହର ଲାଲ ଖଟ୍ଟରଙ୍କ ସ୍ଥାନରେ ସଞ୍ଜୟ ଭାଟିଆ କିମ୍ବା ନାୟବ ସିଂହ ସୈନୀଙ୍କୁ ମୁଖ୍ୟମନ୍ତ୍ରୀ କରାଯାଇପାରେ। ସେପଟେ ମନୋହର ଲାଲ ଖଟ୍ଟର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ଲୋକସଭା ନିର୍ବାଚନ ଲଢିବେ ବୋଲି କୁହାଯାଉଛି। ଏହାର ଅର୍ଥ ମନୋହରଙ୍କୁ ମୁଖ୍ୟମନ୍ତ୍ରୀ ପଦରୁ ହଟାଇ ବିଜେପି ଲୋକସଭା ନିର୍ବାଚନରେ ଲଢିବାକୁ ପ୍ରସ୍ତୁତି କରିଛି। ୨୦୨୪ ନଭେମ୍ବରରେ ହରିୟାଣା ବିଧାନସଭାର କାର୍ୟ୍ୟକାଳ ଶେଷ ହେଉଛି । ହରିୟାଣାରେ ବିଜେପି ଓ ଜେଜେପି ମେଣ୍ଟ ସରକାର ରହିଛି ।

Hot this week

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

କ୍ରିକେଟ୍‌ପ୍ରେମୀଙ୍କ ପାଇଁ ସ୍ୱତନ୍ତ୍ର ‘ଆମ ବସ୍’ ସେବା

ଭୁବନେଶ୍ବର: କଟକର ବାରବାଟୀ ଷ୍ଟାଡିୟମରେ ଚଳିତ ମାସ ୯ରେ ହେବାକୁ ଥିବା...

ଜାନୁଆରୀ ୨୦ରେ ଓଏସ୍‌ଏସ୍‌ଟିଇଟି

କଟକ: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ବାରା ପରିଚାଳିତ ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ...

ସୁନା ଲିଜ୍‌ ବା ଭଡା ଦେଇ ରୋଜଗାର

ନୂଆଦିଲ୍ଲୀ - ଅନେକ ଲୋକ ଗୋଲ୍ଡ ବଣ୍ଡ ସହ ସୁନାରେ ଟଙ୍କା...

Related Articles

Popular Categories