www.samajalive.in
Sunday, December 7, 2025
23.1 C
Bhubaneswar

ମନୋଜ ଆହୁଜା ମୁଖ୍ୟ ଶାସନ ସଚିବ ନିଯୁକ୍ତ

ଭୁବନେଶ୍ବର: ରାଜ୍ୟ ସରକାରଙ୍କ ପକ୍ଷରୁ ବରିଷ୍ଠ ଭାରତୀୟ ପ୍ରଶାସନିକ ଅଧିକାରୀ ମନୋଜ ଆହୁଜାଙ୍କୁ ନୂଆ ମୁଖ୍ୟ ଶାସନ ସଚିବ ଭାବେ ନିଯୁକ୍ତି ଦିଆଯାଇଛି। ଆଜି ମନୋଜ ଆହୁଜାଙ୍କ ନିଯୁକ୍ତି ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୯୯୦ ବ୍ୟାଚର ବରିଷ୍ଠ ଆଇଏଏସ ଅଫିସର ମନୋଜ ଆହୁଜା  ନିକଟରେ କେନ୍ଦ୍ରୀୟ ଡେପୁଟେସନରୁ ଫେରିଥିଲେ। ଶ୍ରୀ ଆହୁଜା କେନ୍ଦ୍ର ସରକାରଙ୍କ କୃଷି ଓ କୃଷକ କଲ୍ୟାଣ ବିଭାଗର ସଚିବ ଭାବେ କାର୍ଯ୍ୟ କରୁଥିଲେ।

କେନ୍ଦ୍ର ଡେପୁଟେସନରୁ ଫେରିବା ପରେ ବରିଷ୍ଠ ପ୍ରଶାସକମନୋଜ ଆହୁଜାଙ୍କୁ ରାଜ୍ୟ ସରକାର ମୁଖ୍ୟ ଶାସନ ସଚିବ ଭାବେ ନିଯୁକ୍ତି ଦେଇଛନ୍ତି। ବର୍ତ୍ତମାନର ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜୋ ଜୁନ ୩୦ ତାରିଖରେ ଅବସର ଗ୍ରହଣ କରିବା ପରେ ଶ୍ରୀ ଆହୁଜା ଦାୟିତ୍ଵ ଗ୍ରହଣ କରିବେ। ଏହା ସହିତ ସେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗର ସଚିବ ଭାବେ ମଧ୍ୟ ଦାୟିତ୍ଵ ଗ୍ରହଣ କରିବେ। ମନୋଜ ଆହୁଜାଙ୍କୁ ନୂଆ ମୁଖ୍ୟ ଶାସନ ସଚିବ ନିଯକ୍ତି ସହ ପ୍ରଦୀପ କୁମାର ଜେନାଙ୍କୁ ସରକାରୀ ଚାକିରିରୁ ଅବସର ଦିଆଯାଇଛି।

- Advertisement -

ସୂଚନାଯୋଗ୍ୟ, ବର୍ତ୍ତମାନ ରାଜ୍ୟର ମୁଖ୍ୟଶାସନ ସଚିବ ଥିବା ପ୍ରଦୀପ ଜେନାଙ୍କ ବର୍ଦ୍ଧିତ କାର୍ଯ୍ୟକାଳ ଜୁନ୍‌ ୩୦ରେ ଶେଷ ହେଉଛି। ତାଙ୍କ କାର୍ଯ୍ୟକାଳ ବୃଦ୍ଧି ନ କରି ରାଜ୍ୟ ସରକାର ଶ୍ରୀ ଆହୁଜାଙ୍କୁ ମୁଖ୍ୟ ଶାସନ ସଚିବ ପଦରେ ଅବସ୍ଥାପିତ କରିଛନ୍ତି। ଅନ୍ୟପକ୍ଷରେ ବିଜେପି ସରକାର ଆସିବା ପରେ ରାଜ୍ୟରେ ପ୍ରଶାସନିକସ୍ତରରେ ସଂସ୍କାର ଆଣିବାକୁ ଶୀଘ୍ର ବଡ଼ଧରଣର ଅଦଳବଦଳ ଯୋଜନା କରୁଥିବା ଜଣାପଡ଼ିଛି।

ରାଜ୍ୟ ସରକାରଙ୍କ ପକ୍ଷରୁ ଓଡ଼ିଶାର ନୂଆ ମୁଖ୍ୟ ଶାସନ ସଚିବ ଭାବେ ନିଯୁକ୍ତି କରାଯିବା ପରେ ମନୋଜ ଆହୁଜା ପ୍ରତିକ୍ରିୟା ରଖି କହିଛନ୍ତି ଯେ ନୂଆ ଦାୟିତ୍ବ ମିଳିିଥିବାରୁ ବେଶ ଖୁସି। ସପ୍ତାହକ ମଧ୍ୟରେ ଓଡ଼ିଶା ଫେରିବି ଏବଂ ଓଡ଼ିଶାର ସର୍ବାଙ୍ଗୀଣ ବିକାଶ ପାଇଁ କାର୍ଯ୍ୟ କରିବି ବୋଲି ଶ୍ରୀ ଆହୁଜା ପ୍ରକାଶ କରିଛନ୍ତି।

Hot this week

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

Related Articles

Popular Categories