www.samajalive.in
Tuesday, December 9, 2025
16.1 C
Bhubaneswar

ପରଲୋକରେ ସାହିତ୍ୟିକ ମନୋଜ ଦାସ

ଭୁବନେଶ୍ବର: ବିଶିଷ୍ଟ ସାରସ୍ବତ ସାଧକ ମନୋଜ ଦାସଙ୍କ ପରଲୋକ। ୮୭ବର୍ଷ ବୟସରେ ତାଙ୍କର ପରଲୋକ ହୋଇଛି। ଦୀର୍ଘଦିନ ଧରି ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଥିଲେ ମନୋଜ ଦାସ। ପୁଡୁଚେରୀସ୍ଥିତ ଶ୍ରୀ ଅରବିନ୍ଦ ଆଶ୍ରମ ନର୍ସିଂ ହୋମ୍‌ରେ ପରଲୋକ ହୋଇଛି ବୋଲି ମନୋର ଦାସଙ୍କ ବୋହୁ ସୂଚନା ଦେଇଛନ୍ତି। ମନୋଜ ଦାସଙ୍କ ଉଭୟ ଇଂରାଜୀ ଓ ଓଡ଼ିଆ ଭାଷା ସାହିତ୍ୟରେ ପାରଦର୍ଶିତା ରହିଥିଲା। ଓଡ଼ିଶା  ଓ ଇଂରାଜୀ ସାହିତ୍ୟରେ ତାଙ୍କ ଅବଦାନ ଅତୁଳନୀୟ। ତାଙ୍କ ବିୟୋଗ ଓଡ଼ିଶା ସାହିତ୍ୟ ଜଗତରେ ଶୂନ୍ୟସ୍ଥାନ ସୃଷ୍ଟି କରିଛି। ତାଙ୍କ ପରଲୋକରେ କେବଳ ଓଡ଼ିଶା ନୁହେଁ ସମଗ୍ର ଭାରତୀୟ ସାହିତ୍ୟ ଜଗତରେ ଏକ ଯୁଗର ଅନ୍ତ ଘଟିଛି।

 

- Advertisement -

୧୯୩୪ ମସିହାରେ ବାଲେଶ୍ୱର ଜିଲ୍ଲାର ଶଙ୍ଖାରୀ ଗ୍ରାମରେ ଜନ୍ମଗ୍ରହଣ କରିଥିବା ମନୋଜ ଦାସ ଓଡ଼ିଶାର ଜନମାନସରେ କେ ଣସି ପରିଚୟର ଅପେକ୍ଷା ରଖନ୍ତି ନାହିଁ। କେବଳ ତାଙ୍କର ନାମ ହିଁ ଯଥେଷ୍ଟ। ଦୀର୍ଘବର୍ଷ ଧରି ସେ ସାହିତ୍ୟ ସାଧନାରେ ବ୍ରତୀ ରହିବା ସହ ପୁଡୁଚେରୀସ୍ଥିତ ଶ୍ରୀଅରବିନ୍ଦ ଅନ୍ତର୍ଜାତୀୟ ବିଶ୍ବବିଦ୍ୟାଳୟରେ ବରିଷ୍ଠ ପ୍ରାଧ୍ୟାପକ ଭାବେ ଶିକ୍ଷାଦାନ କରୁଥିଲେ। ଦେଶର ବିଶିଷ୍ଟ ସାହିତ୍ୟିକ ତଥା ଶିକ୍ଷାବିଦ୍‌ ମନୋଜ ଦାସ ନିଜର ସାଧନା ଓ ସିଦ୍ଧି ଲାଗି ବହୁ ପୁରସ୍କାର ଓ ସମ୍ମାନ ପ୍ରାପ୍ତ କରିଛନ୍ତି। ପଦ୍ମଭୂଷଣ, ପଦ୍ମଶ୍ରୀ, ସରସ୍ୱତୀ ସମ୍ମାନ, କେନ୍ଦ୍ର ସାହିତ୍ୟ ଅକାଦମିର ଫେଲୋସିପ୍‌, ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ ଭଳି ଭାରତୀୟ ସାହିତ୍ୟ କ୍ଷେତ୍ରର ବହୁ ଶୀର୍ଷ ସ୍ୱୀକୃତି ସେ ଗ୍ରହଣ କରିସାରିଛନ୍ତି।

ଅନେକ ପୁରସ୍କାର ଓ ସମ୍ମାନର ଅଧିକାରୀ ମନୋଜ ଦାସଙ୍କ ଅବଦାନ ଇଂରାଜୀ ଓ ଓଡ଼ିଆ ସାହିତ୍ୟ ପାଇଁ ଥିଲା ଅତୁଳନୀୟ। ଅନେକ କାଳଜୟୀ ଓଡ଼ିଆ ଉପନ୍ୟାସ ଓ କ୍ଷୁଦ୍ରଗଳ୍ପର ସ୍ରଷ୍ଟା ଥିଲେ ମନୋଜ ଦାସ। ସେ ଅମୃତ ଫଳ, ଶେଷ ତାନ୍ତ୍ରିକର ସନ୍ଧାନରେ, ଆରଣ୍ୟକ, ଲକ୍ଷ୍ମୀର ଅଭିସାର, ଆବୁ ପୁରୁଷ, ଶେଷ ବସନ୍ତର ଚିଠି, ଅରଣ୍ୟ ଉଲ୍ଲାସର ରଚୟତା। ତାଙ୍କୁ ୨୦୦୧ରେ ପଦ୍ମଶ୍ରୀ ଓ ୨୦୨୦ରେ ଭାରତ ସରକାର ପଦ୍ମଭୂଷଣ ସମ୍ମାନରେ ସମ୍ମାନିତ କରିଥିଲେ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories