ପଞ୍ଚଭୂତରେ ଲୀନ ହେ​‌ଲେ ମନୋଜ କୁମାର, ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ ସମ୍ପନ୍ନ

ମୁମ୍ବାଇ: ପଞ୍ଚଭୂତରେ ଲୀନ ହେଲେ ଭାରତୀୟ ସିନେମାର ବର୍ଷିୟାନ୍‌ ଅଭିନେତା ମନୋଜ କୁମାର। ଶନିବାର ମୁମ୍ବାଇର ଜୁହୁସ୍ଥିତ ପବନହଂସ ଶ୍ମଶାନ ଘାଟରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ତାଙ୍କର ଶେଷ କୃତ୍ୟ ସମ୍ପନ୍ନ ହୋଇଛି। ଅମିତାଭ ବଚ୍ଚନ, ପ୍ରେମ ଚୋପ୍ରା ଓ ରାଜପାଲ ଯାଦବଙ୍କ ସମେତ ଅନେକ କଳାକାର ଶ୍ମଶାନରେ ପହଞ୍ଚି ତାଙ୍କର ଶେଷ ଦର୍ଶନ କରିବା ସହ ତାଙ୍କୁ ବିଦାୟ ଦେଇଛନ୍ତି।

ସୂଚନାଯୋଗ୍ୟ, ଶୁକ୍ରବାର ଭୋର ପ୍ରାୟ ୩ଟା ୩୦ ସମୟରେ ମୁମ୍ବାଇର କୋକିଳାବେନ୍ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ୮୭ ବର୍ଷୀୟ ମନୋଜ କୁମାରଙ୍କ ଦେହାନ୍ତ ଘଟିଛି। ‘ଭାରତ’ ନାଁରେ ସେ ଥିଲେ ବେଶ୍ ଲୋକପ୍ରିୟ। ୧୯୯୨ ମସିହା​‌ରେ ପଦ୍ମଶ୍ରୀ ଏବଂ ଦାଦା ସାହେବ ଫାଲକେ ସମ୍ମାନରେ ତାଙ୍କୁ ସମ୍ମାନିତ କରାଯାଇଥିଲା। ରୋଟି କପଡା ଔର୍ ମକାନ୍, ଆଦମୀ, ଉପକାର୍, ବେଇମାନ୍, ମେରା ନାମ୍ ଜୋକର, ଅମାନତ୍, କ୍ରାନ୍ତି, ଦଶନମ୍ବରୀ, ମୈଦାନୀ ଜଙ୍ଗ ଆଦି ଚଳଚ୍ଚିତ୍ରରେ ନିଜର ନିଖୁଜ ଅଭିନୟ ଜରିଆରେ ଦର୍ଶକଙ୍କ ହୃଦୟରେ ଏକ ସ୍ଵତନ୍ତ୍ର ସ୍ଥାନ ଅଧିକାର କରିଥିଲେ ମନୋଜ କୁମାର। ଦେଶାତ୍ମବୋଧ ଚଳଚ୍ଚିତ୍ର ପାଇଁ ବେଶ୍ ଲୋକପ୍ରିୟ ଥିଲେ ମନୋଜ।

 

Comments are closed.