www.samajalive.in
Sunday, December 7, 2025
13.1 C
Bhubaneswar

୨୪ ଜିଲା ଛୁଇଁଲା ମୌସୁମି : ଦୁଇ ଦିନ ବର୍ଷିବ

ଭୁବନେଶ୍ବର :  ଦକ୍ଷିଣ ପଶ୍ଚିମ ମୌସୁମି ବାୟୁ ଓଡ଼ିଶାର ଅଧିକାଂଶ ଅଞ୍ଚଳରେ ପ୍ରବେଶ କରିଛି। ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, କେନ୍ଦୁଝର ଓ ମୟୂରଭଞ୍ଜ ଆଦି ୬ଟି ଜିଲାକୁ ବାଦ ଦେଲେ ଅନ୍ୟ ସମସ୍ତ ଜିଲାକୁ ମୌସୁମି ଛୁଇଁଛି। ଆସନ୍ତା ୪୮ଘଣ୍ଟାରେ ରାଜ୍ୟର ଅବଶିଷ୍ଟ ଜିଲାରେ ମୌସୁମି ପ୍ରବେଶ ପାଇଁ ପାଗ ଅନୁକୂଳ ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି। ଅନ୍ୟପକ୍ଷରେ ଆନ୍ଧ୍ରପ୍ରଦେଶର ଉତ୍ତର ଉପକୂଳ ଏବଂ ପାର୍ଶବର୍ତ୍ତୀ ଦକ୍ଷିଣ ଓ ଉପକୂଳ ଓଡ଼ିଶା ଭିତରେ ଥିବା ଲଘୁଚାପ ଏବଂ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ଅଧିକାଂଶ ଅଞ୍ଚଳରେ ବର୍ଷା ହୋଇଛି। ଲଘୁଚାପ ଦକ୍ଷିଣରେ ମୁହାଁଇବାର ସମ୍ଭାବନା ଥିବାରୁ ଏହାର ପ୍ରଭାବରେ ଆସନ୍ତା ଦୁଇ ଦିନ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।

ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ ଗତ ୨୪ଘଣ୍ଟା ମଧ୍ୟରେ ପାରଳାଖେମୁଣ୍ଡିରେ ସର୍ବାଧିକ ୬୫ମିମି ବର୍ଷା ରେକର୍ଡ଼ କରାଯାଇଛି। ଏହାଛଡ଼ା ମାଲକାନଗିରିରେ ୫୪, ଟିଟିଲାଗଡ଼ରେ ୨୯, ଝାରସୁଗୁଡ଼ାରେ ୨୭, ବାଲେଶ୍ବରରେ ୧୭, କଟକ ଓ ଅନୁଗୋଳରେ ୧୨ ମିମି ବର୍ଷା ହୋଇଛି। ମୌସୁମି ପ୍ରଭାବରେ ରାଜ୍ୟର ଅଧିକାଂଶ ଅଞ୍ଚଳରେ ପାଗ ମେଘୁଆ ରହିବା ସହିତ ସ୍ବଳ୍ପ ବର୍ଷା ହୋଇଛି। ଆସନ୍ତାକାଲି ଉତ୍ତର ଓ ଦକ୍ଷିଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ବର୍ଷା ହେବ। ବିଶେଷ କରି ବରଗଡ଼, ସମ୍ବଲପୁର, ଦେବଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, କନ୍ଧମାଳ, ଗଞ୍ଜାମ ଓ ନୟାଗଡ଼ରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ସେହିପରି ଆସନ୍ତା ୧୪ତାରିଖରେ ଆଭ୍ୟନ୍ତରୀଣ ଉତ୍ତର ଓଡ଼ିଶା ସମେତ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହେବ। ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ନବରଙ୍ଗପୁରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ପରବର୍ତ୍ତୀ ଦୁଇ ଦିନରେ ବର୍ଷା କିଛି ଜିଲାରେ ହୋଇପାରେ। ଆସନ୍ତା ୨୪ଘଣ୍ଟା ମଧ୍ୟରେ ଓଡ଼ିଶା ଉପକୂଳରେ ୪୦ରୁ ୫୦କିମି ବେଗରେ ପବନ ବହିବାର ସମ୍ଭାବନା ଥିବାରୁ ମତ୍ସ୍ୟଜୀବୀ ସମୁଦ୍ରକୁ ନଯିବା ପାଇଁ ପରାମର୍ଶ ଦିଆଯାଇଛି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories