ବିକଶିତ ଭାରତ ପାଇଁ ଯୁବବର୍ଗଙ୍କ ଭାଗିଦାରୀ ଜରୁରୀ: ମାଣ୍ଡଭିୟ
ଭୁବନେଶ୍ଵର : ପ୍ରବାସୀ ଭାରତୀୟ ସମ୍ମିଳନୀରେ କେନ୍ଦ୍ରମନ୍ତ୍ରୀ ମନସୁଖ ମାଣ୍ଡଭିୟ ମନ୍ତବ୍ୟ ରଖିଛନ୍ତି। ସେ କହିଛନ୍ତି ବିକଶିତ ଭାରତ ପାଇଁ ଯୁବବର୍ଗଙ୍କ ଭାଗିଦାରୀ ଜରୁରୀ। ଦେଶର ହିତ ପାଇଁ ଯୁବବର୍ଗଙ୍କୁ ଯୋଗଦାନ କରିବାକୁ ହେବ । ବର୍ତ୍ତମାନ ଦେଶରେ ୨୦ ନାଗରିକରୁ ୧୩ ଜଣ ଯୁବକ । କୋଭିଡ୍ ସମୟରେ ଯୁବ ବୈଜ୍ଞାନିକଙ୍କ ଅବଦାନକୁ ଭୁଲି ହେବନାହିଁ। ୧ ଲକ୍ଷ ଯୁବ ନେତୃତ୍ଵ ଗଠନ ପାଇଁ ପ୍ରଧାନମନ୍ତ୍ରୀ ଲକ୍ଷ୍ୟ ରଖିଛନ୍ତି। ୨୦୪୭ ସୁଦ୍ଧା ବିକଶିତ ଭାରତ ଗଠନ ଆମର ଲକ୍ଷ୍ୟ ରହିଛି। ଭୁବନେଶ୍ଵରର ଜନତା ମୈଦାନରେ ଆଜି ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀ ଆରମ୍ଭ ହୋଇଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍ ଜୟଶଙ୍କର ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି। କେନ୍ଦ୍ରମନ୍ତ୍ରୀ ମନସୁଖ ମାଣ୍ଡଭିୟ ମଧ୍ୟ ଉପସ୍ଥିତ ରହିଛନ୍ତି।
Comments are closed.