www.samajalive.in
Saturday, December 13, 2025
23.1 C
Bhubaneswar

ଟେମ୍ପୋ ଓ ମେଜିକ୍‌ ଗାଡିକୁ ଧକ୍କା ଦେଲା ଟ୍ରକ୍, ୧୫ ମୃତ

ବରେଲି : ଉତ୍ତରପ୍ରଦେଶର ଶାହଜହାଁପୁର ଜିଲାରେ ମଙ୍ଗଳବାର ସକାଳେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଏଥିରେ ୧୫ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୬ ଜଣ ଆହତ ହୋଇଛନ୍ତି । ଆହତଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।

ସୂଚନାଯୋଗ୍ୟ, ଶାହଜହାଁପୁର ଜିଲାର ରୋଜା ଥାନା ଅନ୍ତର୍ଗତ ଲକ୍ଷ୍ନୌ-ଦିଲ୍ଲୀ ଜାତୀୟ ରାଜପଥରେ ଦ୍ରୁତଗତିରେ ଆସୁଥିବା ଏକ ଟ୍ରକ ଦୁଇଟି ଗାଡିକୁ ଧକ୍କା ଦେଇଥିଲା। ପ୍ରଥମେ ଟେମ୍ପୋ ଓ ପରେ ଏକ ଟାଟା ମେଜିକ୍‌ ଗାଡିକୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ପ୍ରାୟ ୧୫ ଜଣ ଯାତ୍ରୀଙ୍କ ମୃତ୍ୟୁ ଘଟିଥିଲା । ଏହି ମର୍ମନ୍ତୁଦ ଦୁର୍ଘଟଣା ୬ ଜଣ ଯାତ୍ରୀ ଆହତ ହୋଇଥିଲେ । ସେମାନଙ୍କୁ ଆନନ-ଫାନନ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ ଆହତଙ୍କ ମଧ୍ୟରୁ କେତେକଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା ଜଣାପଡିଛି । ପୁଲିସ ଘଟଣାସ୍ଥଳରେ ପହଞ୍ଚି ରାସ୍ତା ଉପରୁ ମୃତଦେହଗୁଡିକୁ ଜବତ କରିଛି ।

Hot this week

ସଂସଦ ଆକ୍ରମଣକୁ ୨୪ବର୍ଷ ପୁରିଲା: ୪୫ମିନିଟ୍‌ ଧରି ହୋଇଥିଲା ଗୁଳିଚାଳନା

ନୂଆଦିଲ୍ଲୀ: ସଂସଦ ଉପରେ ଆକ୍ରମଣକୁ ଆଜି ପୂରିଲା ୨୪ ବର୍ଷ ।...

ଲିଓନେଲ୍ ମେସିଙ୍କ ୭୦ ଫୁଟ ପ୍ରତିମୂର୍ତ୍ତି ଉନ୍ମୋଚନ

ସମାଜ ଲାଇଭ ଡ଼େସ୍କ : ବିଶ୍ବର ତାରକା ଫୁଟବଲ୍ ଖେଳାଳି ଲିଓନେଲ୍...

ମାଟି ତଳୁ କଡାଯାଉଛି ରାମୁ ହାତୀର କଙ୍କାଳ: ପ୍ରକୃତି ନିବାସରେ ସଂରକ୍ଷିତ ରହିବ

ସମାଜ ଡିଜିଟାଲ ଡେସ୍କ: ଅମର ରହିବ ରାମୁ ହାତୀ । ସଂରକ୍ଷିତ...

ଡାଏବେଟିସ ପାଇଁ ଆସିଲା ଇଞ୍ଜେକ୍ସନ୍

ନୂଆଦିଲ୍ଲୀ : ଡେନମାର୍କ ଔଷଧ କମ୍ପାନୀ ନୋଭୋ ନରଡିସ୍କ ଶେଷରେ ଭାରତରେ...

ତାଣ୍ଡବ ରଚିଲା ଘନ କୁହୁଡ଼ି : ଗୋଟିଏ ପରେ ଗୋଟିଏ ଛଅଟି ଗାଡ଼ି ଧକ୍କା

ସମାଜ ଲାଇଭ ଡ଼େସ୍କ : ଉତ୍ତର ପ୍ରଦେଶରେ ତାଣ୍ଡବ ରଚିଲା ଘନ...

Related Articles

Popular Categories