www.samajalive.in
Monday, December 15, 2025
27.1 C
Bhubaneswar

ତୁଳସୀ ପାହାଡ଼ରେ ମାଓବାଦୀ – ଯବାନ ଗୁଳି ବିନିମୟ, ଗ୍ରେନେଡ୍‍ ଓ ଅନ୍ୟାନ୍ୟ ମାଓ ବ୍ୟବହୃତ ସାମଗ୍ରୀ ଜବତ

ଜୟପୁର: କୁମ୍ବିଂ ଅପରେସନ ସମୟରେ ଗତକାଲି ମାଲକାନଗିରି ଜିଲ୍ଲା ମାଥିଲି ଥାନା ଅନ୍ତର୍ଗତ ଛତିଶଗଡ଼ ସୀମାନ୍ତକୁ ଲାଗି ରହିଥିବା ତୁଳସୀ ପାହାଡ଼ରେ ମାଓବାଦୀ ଓ ଯବାନଙ୍କ ମଧ୍ୟରେ କିଛି ସମୟ ଧରି ଗୁଳି ବିନିମୟ ହୋଇଥିଲା। ଯବାନଙ୍କ ଗୁଳିର ସାମ୍ନା କରିନପାରି ମାଓବାଦୀ ମାନେ ସେଠାରୁ ଛତ୍ରଭଙ୍ଗ ଦେବା ସହ ଘଂଚ ଜଙ୍ଗଲ ମଧ୍ୟରେ ଖସି ପଳାଇବାରେ ସକ୍ଷମ ହୋଇଥିଲେ। ପରେ ଯବାନମାନଙ୍କ ପକ୍ଷରୁ ସମ୍ପୃକ୍ତ ଅଂଚଳରେ ସର୍ଚ୍ଚ ଅପରେସନ ବେଳେ ଗ୍ରେନେଡ୍‍ ଓ ଅନ୍ୟାନ୍ୟ ମାଓ ବ୍ୟବହୃତ ସାମଗ୍ରୀ ଜବତ ହୋଇଛି। ଆଜି ଜିଲ୍ଲା ପୋଲିସ ମୁଖ୍ୟାଳୟ ଠାରେ ଅନୁଷ୍ଠିତ ଏକ ସାମ୍ବାଦିକ ସମ୍ମିଳନୀରେ ଏନେଇ ସୂଚନା ଦେଇଛନ୍ତି ଜିଲ୍ଲା ଆରକ୍ଷୀ ଅଧିକ୍ଷକ ପ୍ରହ୍ଲାଦ ସାଇ ମୀନା। ଗତ କିଛି ଦିନ ତଳେ ଏହି ତୁଳସୀ ପାହାଡ଼ରେ ଯବାନ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟି ୩ ଜଣ ମାଓବାଦୀ ନିହତ ହୋଇଥିବା ବେଳେ ଘଟଣାସ୍ଥଳରୁ ବିପୁଳ ପରିମାଣର ବିସ୍ଫୋରକ ଜବତ ହୋଇଥିଲା।

Hot this week

ପହଲଗାଓଁ ଆତଙ୍କବାଦୀ ଆକ୍ରମଣ ମାମଲାର ଚାର୍ଜସିଟ୍ ଦାଖଲ କରିବ ଏନଆଇଏ

ସମାଜ ଲାଇଭ ଡ଼େସ୍କ : ଆଜି ପହଲଗାଓଁ  ଆତଙ୍କବାଦୀ ଆକ୍ରମଣ ଘଟଣାରେ,...

ଭୁବନେଶ୍ୱରରେ ହେବ ଭିଜା ସେଣ୍ଟର

ସମାଜ ଡିଜିଟାଲ ଡେସ୍କ: ଭୁବନେଶ୍ୱରରେ ହେବ ‘ଗ୍ଲୋବାଲ ଭିଜା ଆପ୍ଲିକେସନ ସେଣ୍ଟର’...

ଡିଜିପିଙ୍କ କ୍ୟାମ୍ପ ଅଫିସ ସମ୍ମୁଖରେ ବିଜେଡିର ଧାରଣା

ଭୁବନେଶ୍ବର: ପ୍ରଣବଙ୍କ ଘରେ ଭଙ୍ଗାରୁଜାକୁ ନେଇ ପ୍ରତିବାଦ ତୀବ୍ର ହେବାରେ ଲାଗିଛି।...

କେନ୍ଦ୍ରାପଡାରେ ଶୀତଳ ଭଣ୍ଡାର ଲୋକାର୍ପଣ

ସମାଜ ଡିଜିଟାଲ ଡେସ୍କ: କେନ୍ଦ୍ରାପଡା ଜମଧର ଠାରେ ନିର୍ମିତ ଶୀତଳଭଣ୍ଡାରକୁ ଲୋକାର୍ପଣ...

ମୋଦୀଙ୍କୁ କଂଗ୍ରେସର ଅପଶବ୍ଦ : କ୍ଷମା ଦାବି କଲେ ନଡ୍ଡା

ସମାଜ ଲାଇଭ ଡ଼େସ୍କ : ଗତକାଲି ଦିଲ୍ଲୀରେ ଏସାଇଆର ବିରୋଧରେ କଂଗ୍ରେସ...

Related Articles

Popular Categories