www.samajalive.in
Friday, December 12, 2025
14.1 C
Bhubaneswar

ସୁରକ୍ଷାକର୍ମୀ-ନକ୍ସଲ ମୁହାଁମୁହିଁ : ଜଣେ ହାର୍ଡକୋର୍‌ ମାଓବାଦୀ ନିହତ

କନ୍ଧମାଳ: କନ୍ଧମାଳ ଜିଲ୍ଲା ବାଲିଗୁଡା ଥାନା କାମ୍ବିରିକିଆ ଜଙ୍ଗଲରେ ସୁରକ୍ଷାକର୍ମୀ ଓ ନକ୍ସଲ ମୁହାଁମୁହିଁ ହୋଇଛନ୍ତି। ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ହାର୍ଡକୋର୍ ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି। ଅନ୍ୟପଟେ ମାଓବାଦୀଙ୍କ ଗୁଳିରେ ଜଣେ ଡିଭିଏଫ୍ ଯବାନ୍ ଆହତ ହୋଇଛନ୍ତି । ଯବାନଙ୍କ ବାମ ହାତରେ ଗୁଳି ବାଜିଥିବାବେଳେ ତାଙ୍କୁ ପ୍ରଥମେ ବାଲିଗୁଡ଼ା ମେଡିକାଲରେ ଭର୍ତ୍ତି କରାଯାଇଥିଲା। ହେଲେ ପରେ ଅବସ୍ଥା ସଙ୍କଟାପର୍ଣ୍ଣ ହେବାରୁ ଫୁଲବାଣୀ ଜିଲ୍ଲା ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଶନିବାର ବାଲିଗୁଡା ଥାନା ଅନ୍ତର୍ଗତ ସୁଡ୍ରା ନିକଟବର୍ତ୍ତୀ କାମ୍ବିରିକିଆ ଜଙ୍ଗଲରେ ପୋଲିସ ଓ ସୁରକ୍ଷା ବାହିନୀର ମିଳିତ କମ୍ବିଂ ଅପରେସନ ଚାଲିଥିବା ବେଳେ ମାଓବାଦୀମାନେ ପ୍ରଥମେ ସୁରକ୍ଷାକର୍ମୀଙ୍କ ଉପରେ ଗୁଳି ଚଳାଇଥିଲେ । ଏହାର ପ୍ରତି ଉତ୍ତରରେ ସୁରକ୍ଷାକର୍ମୀମାନେ ମଧ୍ୟ ଗୁଳି ଚାଳନା କରିଥିଲେ । କିଛି ସମୟ ଧରି ଉଭୟ ମାଓବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳି ଚାଳନା ହୋଇଥିଲା । ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ହାର୍ଡକୋର୍ ମାଓବାଦୀ ନିହତ ହୋଇଥିବା ବେଳେ ମାଓବାଦୀଙ୍କ ଗୁଳିରେ ଜଣେ ଡିଭିଏଫ୍ ଯବାନ୍ ଆହତ ହୋଇଛନ୍ତି ।  ଘଟଣାସ୍ଥଳରୁ ଜଣେ ମାଓବାଦୀଙ୍କ ମୃତ ଦେହ ମିଳିଥିବା ବେଳେ ଅନେକ ମାଓବାଦୀ ସରଞ୍ଜାମ ଜବତ କରିଛି ପୋଲିସ । ବର୍ତମାନ ଉକ୍ତ ଅଂଚଳରେ କମ୍ବିଂ ଅପରେସନକୁ ଜୋରଦାର କରାଯାଇଛି।

Hot this week

କଂଗ୍ରେସ ହାଇକମାଣ୍ଡଙ୍କ ନିଷ୍ପତ୍ତିକୁ ଅପେକ୍ଷା

ଭୁବନେଶ୍ବର : ପୂର୍ବତନ ବିଧାୟକ ମହମ୍ମଦ ମୋକିମଙ୍କ ଚିଠିକୁ ନେଇ ରାଜ୍ୟ...

୧୮ ଯାଏ ଜାଡ଼

ଭୁବନେଶ୍ବର : ଉତ୍ତର-ପଶ୍ଚିମ ଦିଗରୁ ଥଣ୍ଡା ଶୁଷ୍କ‌ବାୟୁ ରାଜ୍ୟ ମଧ୍ୟକୁ ପ୍ରବେଶ...

ଲୋକସଭାରେ ଇ-ସିଗାରେଟ୍ ଟାଣିଲେ ଟିଏମ୍‌ସି ସଦସ୍ୟ

ନୂଆଦିଲ୍ଲୀ : ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର କେତେକ ମହିଳା ସଦସ୍ୟ ଲୋକସଭାରେ...

ବାର୍‌ରେ ଭୟଙ୍କର ଅଗ୍ନିକାଣ୍ଡ

ଭୁବନେଶ୍ଵର: ଭୁବନେଶ୍ଵର ସତ୍ୟବିହାର ସ୍ଥିତ ଏକ ବାର୍‌ ରେ ଭୟାବହ ଅଗ୍ନିକାଣ୍ଡ...

ଆଜିର : ରାଶିଫଳ,ଆପଣଙ୍କ ଅଶାନ୍ତିର ଅବସାନ ଘଟିବ

ମେଷ : ଅଶ୍ବିନୀ ଓ ଦ୍ବିଜା ନକ୍ଷତ୍ରଜାତ ବ୍ୟକ୍ତି ବିପଦମୁକ୍ତ ହୋଇପାରନ୍ତି।...

Related Articles

Popular Categories