www.samajalive.in
Friday, December 5, 2025
27.1 C
Bhubaneswar

ମାଓବାଦୀଙ୍କ ବର୍ବରତା: ପ୍ରଜାକୋର୍ଟରେ ଗ୍ରାମବାସୀଙ୍କୁ ଗୁଳିକରି ହତ୍ୟା

ସମାଜ ଡିଜିଟାଲ ଡେସ୍କ: ଇନଫର୍ମର ସନ୍ଦେହରେ ଜଣେ ଗ୍ରାମବାସୀଙ୍କୁ ହତ୍ୟା କରିଛନ୍ତି ମାଓବାଦୀ। ଛତିଶଗଡ଼ର ସୁକମା ଜିଲା ଅନ୍ତର୍ଗତ କିଷ୍ଟବରମ ଜଙ୍ଗଲରେ ଏହି ହତ୍ୟାକାଣ୍ଡ ଘଟିଛି। ମାଓବାଦୀମାନେ ଉକ୍ତ ଗ୍ରାମବାସୀଙ୍କୁ ପ୍ରଜାକୋର୍ଟରେ ମାଡ଼ ମାରିବା ପରେ ଗୁଳି କରି ହତ୍ୟା କରିଥିବା ସୂଚନା ମିଳିଛି।

ମିଳିଥିବା ସୂଚନା ଅନୁସାରେ, ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ସୁକମା ଅଞ୍ଚଳରୁ ୩ ଜଣ ଗ୍ରାମବାସୀଙ୍କୁ ମାଓବାଦୀମାନେ ଦୁଇଦିନ ତଳେ ଇନଫର୍ମର ସନ୍ଦେହରେ ଅପହରଣ କରିନେଇଥିଲେ। ଏହା ପରେ ସେମାନଙ୍କୁ ନିସ୍ତୁକ ମାଡ଼ ମାରିଥିଲେ। ପରବର୍ତ୍ତୀ ସମୟରେ ସେମାନଙ୍କ ମଧ୍ୟରୁ ଜଣଙ୍କୁ ଗୁଳି କରି ହତ୍ୟା କରିଥିଲେ। ମୃତ ଯୁବକ ଜଣକ ହେଉଛନ୍ତି ମାଡ଼ି ରାଜା ରାଓ। ଘଟଣା ସମ୍ପର୍କରେ ସୂଚନା ମିଳିବା ପରେ ପୁଲିସ ଏବଂ ଯବାନଙ୍କ ପକ୍ଷରୁ କିଷ୍ଟବରମ ଜଙ୍ଗଲରେ କୋମ୍ବିଂ ଅପରେସନକୁ ଜୋରଦାର କରାଯାଇଛି।

Hot this week

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

Related Articles

Popular Categories