www.samajalive.in
Wednesday, December 10, 2025
23.1 C
Bhubaneswar

ଛତିଶଗଡ଼ରେ ପୁଣି ମାଓବାଦୀ ହିଂସା, ଗ୍ରାମବାସୀଙ୍କୁ କଲେ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ଓଡ଼ିଶା ସୀମାନ୍ତ ଛତିଶଗଡ଼ରେ ପୁଣି ମାଓବାଦୀ ହିଂସା ଦେଖିବାକୁ ମିଳିଛି। ୪ ତାରିଖରୁ ଛତିଶଗଡ଼ ବିଜାପୁର ଜିଲାର ନ୍ୟାସନାଲ ପାର୍କ ଜଙ୍ଗଲରେ ସର୍ଚ୍ଚ ଅପରେସନ ବେଳେ ଯବାନଙ୍କ ଗୁଳିରେ ୭ ମାଓବାଦୀ ନିହତ ହେବା ପରେ ବି ହିଂସା ଥମିନାହିଁ। ଛତିଶଗଡ଼ର ପୂବର୍ତ୍ତୀ ଗ୍ରାମରେ ପଶି ଜଣେ ଗ୍ରାମବାସୀଙ୍କୁ ଅତି ନିର୍ମମ ଭାବେ ହତ୍ୟା କରିଛନ୍ତି।

ସୂଚନା ଅନୁସାରେ, ମାଓବାଦୀ ନେତା ହିଡମାଙ୍କ ଗାଁ ପୂବର୍ତ୍ତୀକୁ ୧୦ରୁ ୧୨ ମାଓବାଦୀ ଆସିଥିଲେ। ସେମାନେ ଗ୍ରାମର ଜଣେ ବ୍ୟକ୍ତିଙ୍କୁ ଘରୁ ବାହାରକୁ ଟାଣି ଆଣି ହତ୍ୟା କରିଛନ୍ତି। ପୁଲିସ ସୂଚନାଦାତା ସନ୍ଦେହରେ ସେମାନେ ଉକ୍ତ ଗ୍ରମବାସୀଙ୍କୁ ହତ୍ୟା କରିଥିବା କୁହାଯାଉଛି। ଏହାକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ କୋକୁଆ ଭୟ ସୃଷ୍ଟି ହୋଇଛି।

Hot this week

ସୁନ୍ଦର ଦେଶରେ ପୁରୁଷ ଅଭାବ: ମହିଳାମାନେ ଘଣ୍ଟା ପ୍ରତି ଭଡାରେ ନେଉଛନ୍ତି ସ୍ୱାମୀ

ରିଗା: ଭଡାରେ ମିଳୁଛନ୍ତି ପୁରୁଷ । ଟଙ୍କା ଦେଇ ୱେବସାଇଟରେ ପ୍ରଥମେ...

ଗୋଆ ଅଗ୍ନିକାଣ୍ଡ ଘଟଣାରେ ନାଇଟ୍ କ୍ଲବ୍ ମାଲିକ ଗିରଫ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଉଚ୍ଚ ଶିକ୍ଷାନୁଷ୍ଠାନକୁ ବୁଲା କୁକୁର ଓ ଗାଈ ଭୟ

ଭୁବନେଶ୍ଵର: ଉଚ୍ଚ ଶିକ୍ଷାନୁଷ୍ଠାନକୁ ବୁଲା କୁକୁର ଏବଂ ଗାଈ ଭୟ। ବୁଲା...

ପିଠି ଯନ୍ତ୍ରଣାର କାରଣ ଜୋତା ନୁହେଁ ତ? ଏହି ସଙ୍କେତ ସୂଚାଇ ଦିଏ

ସମାଜ ଡିଜିଟାଲ ଡେସ୍କ: ଆମେ ବାହାରକୁ ବାହାରିବା ମାତ୍ରେ ସାଧାରଣତଃ ଜୋତା...

ଆଉ ୨୪ ଘଣ୍ଟା ବଢିଲା ଇଣ୍ଟରନେଟ୍‌ କଟକଣା

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ଆଉ ୨୪ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା...

Related Articles

Popular Categories