www.samajalive.in
Sunday, December 7, 2025
13.1 C
Bhubaneswar

୨ ଛାତ୍ରଙ୍କୁ ହତ୍ୟା କଲେ ମାଓବାଦୀ

ସୁକମା: ସବୁ ସୀମା ଟପିଗଲେ ମାଓବାଦୀ। ଶେଷରେ ଛାତ୍ରଙ୍କୁ ବି ଛାଡ଼ିଲେନି। ପୁଲିସ ଇନଫର୍ମର ସନ୍ଦେହରେ ୨ ଛାତ୍ରଙ୍କୁ ହତ୍ୟା କଲେ। ଏଭଳି ଏକ ସମ୍ବେଦନଶୀଳ ଘଟଣା ଘଟିଛି ଛତିଶଗଡ଼ର ସୁକମା ଜିଲା ଅନ୍ତର୍ଗତ ମିଲପାଲି ଜଙ୍ଗଲରେ।

ଦାନ୍ତେୱାଡ଼ା-ବିଜାପୁର-ସୁକମା ସୀମାନ୍ତ ଅଞ୍ଚଳରେ ଏହି ଘଟଣା ଘଟିଥିବା ଜଣାପଡ଼ିଛି। ପୁଲିସ ଇନ୍‌ଫର୍ମର ସନ୍ଦେହରେ ମାଓବାଦୀମାନେ ଏହି ଦୁଇ ଛାତ୍ରଙ୍କୁ ହତ୍ୟା କରିଥିବା ସୁକ୍‌ମା ଏସପି ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ସୋମବାର ସକାଳେ ମିଲପାଲି ଜଙ୍ଗଲରେ ୨ ଜଣଙ୍କ ମୃତଦେହ ପଡ଼ିଥିବା ଦେଖି ସ୍ଥାନୀୟ ଲୋକେ ପୁଲିସକୁ ଖବର ଦେଇଥିଲେ। ପୁଲିସ ପହଞ୍ଚି ମୃତଦେହ ଜବତ କରି ତଦନ୍ତ ଚଳାଇଛି।

- Advertisement -

ହତ୍ୟାର ଶିକାର ହୋଇଥିବା ଦୁଇ ଛାତ୍ର ପୁଲିସ ଇନଫର୍ମର ଭାବେ କାର୍ଯ୍ୟ କରୁଥିବା ସନ୍ଦେହ କରି ମାଓବାଦୀମାନେ ଉଭୟଙ୍କୁ ସେମାନଙ୍କ ଘରୁ ଡାକି ନେଇଥିଲେ। ପରେ ସେମାନଙ୍କୁ ହତ୍ୟା କରି ଜଙ୍ଗଲରେ ଫିଙ୍ଗି ଦେଇଥିଲେ। ମାଓବାଦୀଙ୍କ ଏପରି କାର୍ଯ୍ୟକୁ ସ୍ଥାନୀୟ ଅଞ୍ଚଳ​‌ରେ ତୀବ୍ର ନିନ୍ଦା କରାଯାଇଛି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories