www.samajalive.in
Saturday, December 6, 2025
26.1 C
Bhubaneswar

ଆଫ୍ରିକୀୟ ଦେଶରେ ବ୍ୟାପିଛି ମାରବର୍ଗ ଭୂତାଣୁ; କରୋନାଠାରୁ ମାରାତ୍ମକ

ନୂଆଦିଲ୍ଲୀ: ମହାମାରୀ କରୋନା କବଳରୁ ବିଶ୍ବ ବର୍ତ୍ତମାନ ସୁଦ୍ଧା ସମ୍ପୂର୍ଣ୍ଣ ଭାବେ ମୁକୁଳି ପାରି ନଥିବା ବେଳେ ଆଫ୍ରିକୀୟ ଦେଶ ଇକ୍ୱେଟୋରିଆଲ୍ ଗିନିରେ ଏବେ ମାରବର୍ଗ ଭୂତାଣୁ ଆତଙ୍କ ସୃଷ୍ଟି କରିଛି। ବର୍ତ୍ତମାନ ସୁଦ୍ଧା ଏହି ଭୂତାଣୁ ସଂକ୍ରମଣରେ ୯ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ବହୁ ସଂଖ୍ୟକ ଲୋକ ଅସୁସ୍ଥ ଅଛନ୍ତି। ମାରବର୍ଗ ଭୂତାଣୁ ସଂକ୍ରମଣର ଲକ୍ଷଣ ଇବୋଲା ଭୂତାଣୁ ଲକ୍ଷଣ ସହ ସମାନ। ଯେଉଁଥିରେ ରୋଗୀଙ୍କୁ ଜ୍ୱର, ଛାତିରେ ଯନ୍ତ୍ରଣା ଭଳି ସମସ୍ୟା ଦେଖାଦେଇଥାଏ। ପରିସ୍ଥିତି ଗୁରୁତର ହେଲେ ରୋଗୀଙ୍କ ମୃତ୍ୟୁ ମଧ୍ୟ ହୋଇଥାଏ।

ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ଏକ ବୟାନ ଜାରି କରି କହିଛି ଯେ, ମାରବର୍ଗ ଭୂତାଣୁ ସଂକ୍ରମଣ କ୍ଷିପ୍ର ଗତିରେ ବ୍ୟାପିବାରେ ଲାଗିଛି। ପ୍ରଭାବିତ ଅଞ୍ଚଳରେ ଆଗୁଆ ଟିମ୍ ମୁତୟନ କରାଯାଇଛି, ଯେଉଁମାନେ ଭୂତାଣୁ ସଂକ୍ରମିତଙ୍କୁ ଚିହ୍ନଟ କରି ସେମାନଙ୍କୁ ସଙ୍ଗରୋଧରେ ରଖୁଛନ୍ତି ଏବଂ ସେମାନଙ୍କ ଚିକିତ୍ସା ମଧ୍ୟ କରୁଛନ୍ତି।

- Advertisement -

ଏହାର ବିସ୍ତାରକୁ ରୋକିବା ପାଇଁ ଡବ୍ଲ୍ୟୁଏଚ୍ଓ ପକ୍ଷରୁ ପ୍ରଭାବିତ ଅଞ୍ଚଳରେ ସ୍ବାସ୍ଥ୍ୟ ଜରୁରୀକାଳୀନ ବିଶେଷଜ୍ଞ, ସଂକ୍ରମଣର ବିସ୍ତାରକୁ ପ୍ରତିହତ କରୁଥିବା ଟିମ୍‌, ପରୀକ୍ଷାଗାର ଏବଂ ଯୋଗାଯୋଗ ସହାୟତା ବ୍ୟବସ୍ଥା ନିୟୋଜିତ କରାଯାଇଛି। ମାରବର୍ଗ ଭୂତାଣୁ କେତେ ବିପଜ୍ଜନକ ସାବ୍ୟସ୍ତ ହୋଇପାରେ ତାହା ଏଥିରୁ ଆକଳନ କରାଯାଇପାରେ। ମାରବର୍ଗକୁ କରୋନାଠାରୁ ଆହୁରି ମାରାତ୍ମକ ବୋଲି କୁହାଯାଉଛି । କାରଣ ଯଦି ଠିକ ସମୟରେ ଚିକିତ୍ସା କରାନଯାଏ ତେବେ ପ୍ରତି ୧୦ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୯ ଜଣ ମୃତ୍ୟୁମୁଖରେ ପଡ଼ିବା ନିଶ୍ଚିତ।

ଏହି ଭୂତାଣୁ ବାଦୁଡ଼ିଠାରୁ ମଣିଷକୁ ବ୍ୟାପିଛି। ସଂକ୍ରମିତ ରୋଗୀ ସଂସ୍ପର୍ଶରେ ଆସିଲେ ଏହା ଅନ୍ୟମାନଙ୍କୁ ମଧ୍ୟ ସଂକ୍ରମିତ କରିପାରେ। ବର୍ତ୍ତମାନ ସୁଦ୍ଧା ଏହି ଭୂତାଣୁ ପାଇଁ କୌଣସି ଚିକିତ୍ସା କିମ୍ବା ଟିକା ଉପଲବ୍ଧ ନାହିଁ କିନ୍ତୁ ଉଚିତ୍‌ ସମୟରେ ଉପଯୁକ୍ତ ଚିକିତ୍ସା ମିଳିଲେ ଆକ୍ରାନ୍ତଙ୍କ ଜୀବନ ବଞ୍ଚିପାରିବ।

 

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories