www.samajalive.in
Monday, December 15, 2025
26.1 C
Bhubaneswar

ମସଲା ପାଉଁରୁଟି

ଆବଶ୍ୟକ ସାମଗ୍ରୀ
ପାଉଁରୁଟି – ଆବଶ୍ୟକ ପରିମାଣରେ
ଦହି – ୧କପ
ବେସନ – ୧କପରୁ କମ
କଞ୍ଚାଲଙ୍କା ବଟା – ଅଳ୍ପ
ଜିରା – ଅଳ୍ପ
ତେଲ – ଆବଶ୍ୟକ ପରିମାଣରେ
କଟା ଧନିଆପତ୍ର – ଆବଶ୍ୟକ ପରିମାଣରେ
ଲୁଣ
ପ୍ରସ୍ତୁତି ପ୍ରଣାଳୀ – ପାଉଁରୁଟିର ଚାରିପାଖକୁ ଛୁରୀ ସାହାଯ୍ୟରେ କାଟି ଦିଅନ୍ତୁ। ଏହାପରେ ପାଉଁରୁଟିକୁ ଛୋଟ ଛୋଟ ଖଣ୍ଡ କରି କାଟି ଦିଅନ୍ତୁ। ଏବେ ଏକ ପାତ୍ରରେ ପାଉଁରୁଟି ଖଣ୍ଡ, ଦହି, ବେସନ, କଞ୍ଚାଲଙ୍କା ବଟା, ସାମାନ୍ୟ ଲୁଣ, ଜିରା, ଧନିଆ ପତ୍ର, ଅଳ୍ପ ପାଣି ଦେଇ ଭଲ ଭାବେ ଗୋଳାଇ ଦିଅନ୍ତୁ। ଏବେ ଗ୍ୟାସରେ ଏକ କଡ଼ାଇ ବସାଇ ତେଲ ଗରମ କରନ୍ତୁ। ତେଲ ଗରମ ହେବା ପରେ ଗୋଳାଇ ରଖିଥିବା ମିଶ୍ରଣରୁ ନେଇ କଡ଼େଇରେ ପକାଇ ଛାଣନ୍ତୁ। ଭଲ ଭାବେ ଛାଣିବା ପରେ ଏକ ପାତ୍ରକୁ କାଢି ସସ୍‍ ଓ ଚଟଣି ସହ ଖାଆନ୍ତୁ। ପ୍ରସ୍ତୁତ ହୋଇଗଲା ଦହି ମସଲା ପାଉଁରୁଟି।

ଜାଣନ୍ତୁ ରାଶି ଅନୁଯାୟୀ ଭାଇକୁ ବାନ୍ଧିବେ କେଉଁ ରଙ୍ଗର ରାକ୍ଷୀ, ଭଉଣୀକୁ ଦେବେ କି ଉପହାର..

Hot this week

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

Related Articles

Popular Categories