www.samajalive.in
Sunday, December 7, 2025
16.1 C
Bhubaneswar

ମସଲା ପୁରୀ

ଆବଶ୍ୟକ ସାମଗ୍ରୀ
ଅଟା – ୫କପ
ମଇଦା – ସାମାନ୍ୟ
ଗୋଟା ଜିରା – ଅଳ୍ପ
ଅଦା ଓ କଞ୍ଚା ଲଙ୍କା ବଟା – ୧ଚାମଚ
ଲୁଣ – ଆବଶ୍ୟକ ପରିମାଣରେ
ଘିଅ – ୨ଚାମଚ
କଦଳୀ – ୨ଟି
ତେଲ – ଆବଶ୍ୟକ ପରିମାଣରେ
ପ୍ରସ୍ତୁତି ପ୍ରଣାଳୀ – ପ୍ରଥମେ ଏକ ପାତ୍ରରେ ଅଟା, ମଇଦା , କଦଳୀକୁ ମିଶାଇ ଭଲ ଭାବେ ଚକଟି ଦିଅନ୍ତୁ। ଏହା ପରେ ଏଥିରେ ଲୁଣ, ଅଦା, କଞ୍ଚା ଲଙ୍କା ବଟା, ଜିରା, ଘିଅ ପକାଇ ଗୋଳାଇ ଦିଅନ୍ତୁ। ଏହା ପରେ ଅଳ୍ପ ଅଳ୍ପ ପାଣି ଦେଇ ନରମ ଭାବେ ଅଟା ଚକଟା ପ୍ରସ୍ତୁତ କରନ୍ତୁ। ଚକଟା ଅଟାକୁ କିଛି ସମୟ ରଖି ଏଥିରୁ ଗୋଲ କରି ଗୁଳା ପ୍ରସ୍ତୁତ କରନ୍ତୁ। ଗୁଳାକୁ ପୁରୀ ଆକାରର କରି ବେଲି ରଖନ୍ତୁ। ଏବେ ଗ୍ୟାସରେ କଡ଼େଇ ବସାଇ ତେଲ ଗରମ କରନ୍ତୁ। ତେଲ ଗରମ ହେବା ପରେ ବେଲି ଥିବା ପୁରୀକୁ କଡ଼େଇରେ ପକାଇ ଛାଣନ୍ତୁ। ଭଲ ଭାବେ ଛାଣିବା ପରେ ଏହାକୁ ଏକ ପାତ୍ରକୁ କାଢନ୍ତୁ। ପ୍ରସ୍ତୁତ ହୋଇଗଲା ମସଲା ପୁରୀ । ଏହାକୁ ଗରମାଗରମ ଖାଆନ୍ତୁ।

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories