www.samajalive.in
Sunday, December 7, 2025
26.1 C
Bhubaneswar

ରାଜଧାନୀ ପରେ କଟକରେ ମାସ୍କ ବାଧ୍ୟତାମୂଳକ

କଟକ : ରାଜଧାନୀ ଭୁବନେଶ୍ୱର ପରେ କଟକରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି। ମାସ୍କ ପିନ୍ଧିବା ବାଧ୍ୟତାମୂଳକ ନେଇ ଆଜି ସିଏମସି ପକ୍ଷରୁ ସୂଚନା ମିଳିଛି। କୋଭିଡ ସଂକ୍ରମଣ ବୃଦ୍ଧି ପାଉଥିବାରୁ ପ୍ରଶାସନ କଟକଣା କଡା କରିଛି। କଟକରେ ରହୁଥିବା ଲୋକେ,କଟକକୁ ଆସୁଥିବା ଲୋକେ ମାସ୍କ ପିନ୍ଧିବେ। ବାହାରକୁ ଗଲେ ବା ସର୍ବସାଧାରଣ ସ୍ଥାନରେ ମାସ୍କ ପିନ୍ଧିବା ଜରୁରୀ। ସର୍ବସାଧାରଣ ସ୍ଥାନରେ ୨ ମିଟର ସାମାଜିକ ଦୂରତ୍ୱ ବଜାୟ ରଖିବା ପାଇଁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି। ମଲ୍‍,ଦୋକାନରେ ସାମାଜିକ ଦୂରତ୍ୱ ନରହିଲେ ମାଲିକ ଦାୟୀ ରହିବେ।
ଗତ କିଛି ଦିନ ମଧ୍ୟରେ ଦେଶରେ ତଥା ରାଜ୍ୟରେ କରୋନାର ଦୈନିକ ସଂକ୍ରମଣ ବୃଦ୍ଧି ପାଉଥିବାରୁ ପୁଣି କଟକଣା ଫେରିବା ସହ ନିୟମ ଲାଗୁ ପାଇଁ ନିର୍ଦ୍ଦେଶ ଦିଆଯାଉଛି। ରାଜ୍ୟରେ ଦିନକରେ ୨୩୧ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଦେଶରେ ଗତ ୨୪ ଘଣ୍ଟାରେ ୧୭ହଜାର ୯୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Hot this week

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

Related Articles

Popular Categories