www.samajalive.in
Saturday, December 6, 2025
26.1 C
Bhubaneswar

ମାଟ୍ରିକ ପରୀକ୍ଷା ଆରମ୍ଭ, ଏଥର ୫ ଲକ୍ଷ ୬୦ ହଜାର ପରୀକ୍ଷାର୍ଥି

ଭୁବନେଶ୍ଵର: ବୁଧବାରଠାରୁ ରାଜ୍ୟରେ ମାଟ୍ରିକ ପରୀକ୍ଷା ଆରମ୍ଭ ହୋଇଛି। ପ୍ରଥମ ଦିନ ମାତୃଭାଷା ବିଷୟରେ ଛାତ୍ରଛାତ୍ରୀମାନେ ପରୀକ୍ଷା ଦେଉଛନ୍ତି। ପୂର୍ବ ପ୍ରସ୍ତୁତି ମୁତାବକ, ବୁଧବାର ନିର୍ଦ୍ଧାରିତ ସମୟରେ ନୋଡାଲ ସେଣ୍ଟରରୁ ପ୍ରଶ୍ନପତ୍ର ପରୀକ୍ଷା କେନ୍ଦ୍ର ଅଭିମୁଖେ ନିଆଯାଇଥିଲା। କେନ୍ଦ୍ରରେ ପ୍ରଶ୍ନପତ୍ର ପହଞ୍ଚିବା ପରେ ଯାଞ୍ଚ କରାଯାଇଥିଲା। ନିର୍ଦ୍ଧାରିତ ସମୟରେ ଛାତ୍ରଛାତ୍ରୀଙ୍କୁ ପରୀକ୍ଷା ହଲ୍‌କୁ ଛଡ଼ାଯିବା ପରେ ପୂର୍ବାହ୍ନ ୧୦ଟାରେ ପରୀକ୍ଷା ଆରମ୍ଭ ହୋଇଥିଲା।

ଭୁବନେଶ୍ଵରର ଏକ ସ୍କୁଲରେ ଛାତ୍ରୀମାନଙ୍କୁ ଯାଞ୍ଚ କରି ପରୀକ୍ଷା ହଲ୍‌ ଭିତରକୁ ଛଡ଼ାଯାଉଛି।

ଚଳିତବର୍ଷ ପରୀକ୍ଷା ପାଇଁ ମୋଟ ୨୮୮୮ କେନ୍ଦ୍ର କରାଯାଇଛି। ୫ ଲକ୍ଷ ୬୦ ହଜାର ୯୦୫ ଛାତ୍ରଛାତ୍ରୀ ପରୀକ୍ଷା ଦେବେ। ଚଳିତ ଥର ପ୍ରଶ୍ନପତ୍ର ଲିକ୍‌ ରୋକିବା ଲାଗି ସରକାରଙ୍କ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ପ୍ରଶ୍ନ ଏବଂ ଉତ୍ତର ଖାତା ୩ଟି ସ୍ତରରେ ସିଲ୍‌ ହୋଇଛି। ପରୀକ୍ଷା କେନ୍ଦ୍ରଗୁଡ଼ିକୁ ସିସିଟିଭି କ୍ୟାମେରା ନଜରରେ ରଖାଯାଇଛି।

Hot this week

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

Related Articles

Popular Categories