www.samajalive.in
Friday, December 5, 2025
23.1 C
Bhubaneswar

ଆଜିଠୁ ମାଟ୍ରିକ୍ ପରୀକ୍ଷା

ଭୁବନେଶ୍ବର: ଆଜିଠୁ(ମଙ୍ଗଳବାର) ମାଟ୍ରିକ ପରୀକ୍ଷା ଆରମ୍ଭ ହୋଇଛି। ଚଳିତବର୍ଷ ମାଟ୍ରିକ୍ ପରୀକ୍ଷା ଦେଉଛନ୍ତି ୫ ଲକ୍ଷ ୫୧ ହଜାର ୬୧୧ ଛାତ୍ରଛାତ୍ରୀ । ବୋର୍ଡ ପକ୍ଷରୁ ୩ ହଜାର ୪୭ଟି କେନ୍ଦ୍ରରେ ପରୀକ୍ଷା କେନ୍ଦ୍ର ଏବଂ ଦୁର୍ଗମ ଅଞ୍ଚଳର ୨୧ଟି ପୁଲିସ ଷ୍ଟେସନକୁ ନୋଡାଲ୍ ସେଣ୍ଟର କରାଯାଇଛି।  ମଙ୍ଗଳବାରଠୁ ପରୀକ୍ଷା ଆରମ୍ଭ ହୋଇଥିବାବେଳେ ମାର୍ଚ୍ଚ ୧୬ରୁ ଖାତା ଦେଖା ଆରମ୍ଭ ହୋଇ ୩୦ ତାରିଖରେ ସରିବ। କପି ରୋକିବାକୁ ନୂଆ ଫର୍ମୁଲା ସ୍ବରୂପ ଏଥର ଛାତ୍ରଛାତ୍ରୀ ମାନଙ୍କୁ ଦେଢ ଘଣ୍ଟା ପୂର୍ବରୁ ପରୀକ୍ଷା ହଲକୁ ପ୍ରବେଶ କରିବାର ନିର୍ଦ୍ଦେଶ ରହିଥିଲା। ଅର୍ଥାତ୍ ସକାଳ ୯ଟାରେ ପରୀକ୍ଷା ଥିବାବେଳେ ସାଢେ ୭ଟାରୁ ପରୀକ୍ଷା କେନ୍ଦ୍ରକୁ ଛାତ୍ରଛାତ୍ରୀମାନେ ପ୍ରବେଶ କରିଥିଲେ। ୮ଟା ୧୫ ମିନିଟ୍ ପରେ ଆଉ କାହାରିକୁ ପ୍ରବେଶ ଅନୁମତି ମିଳିବ ନାହିଁ। ସେଣ୍ଟର ସୁପରିଟେଣ୍ଡେଣ୍ଟ ଙ୍କ ବ୍ୟତୀତ ପରୀକ୍ଷା ସମୟରେ ଅନ୍ୟ କେହି ବି ପରୀକ୍ଷା କେନ୍ଦ୍ରକୁ ମୋବାଇଲ ନେଇ ପାରିବେନାହିଁ ବୋଲି ବୋର୍ଡ ପକ୍ଷରୁ କୁହାଯାଇଛି।

Hot this week

ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍‌

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରାଜଘାଟରେ ପହଞ୍ଚି ଜାତିର ପିତା...

ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା; ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌

ସମାଜ ଡିଜିଟାଲ ଡେସ୍କ: ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍‌...

Related Articles

Popular Categories