www.samajalive.in
Thursday, December 11, 2025
26.1 C
Bhubaneswar

ମେ’ ୩ରୁ ୧୫ ପର୍ଯ୍ୟନ୍ତ ହେବ ମାଟ୍ରିକ୍ ପରୀକ୍ଷା

ଭୁବନେଶ୍ବର: କଟକସ୍ଥିତ ମାଧ୍ୟମିକ ଶିକ୍ଷା ପରିଷଦ(ବିଏସ୍‌ଇ) ଦ୍ବାରା ପରିଚାଳିତ ଦଶମ ଶ୍ରେଣୀ(ମାଟ୍ରିକ୍‌) ପରୀକ୍ଷା ମେ’ ୩ରୁ ଆରମ୍ଭ ହେବ ଏବଂ ଏହା ମେ’ ୧୫ ପର୍ଯ୍ୟନ୍ତ ଚାଲିବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସେହିପରି ମେ’ ୩ରୁ ୧୨ ପର୍ଯ୍ୟନ୍ତ ସଂସ୍କୃତ ମଧ୍ୟମା ପରୀକ୍ଷା ଅନୁଷ୍ଠିତ ହେବ। ମେ’ ୩ରୁ ୧୫ ପର୍ଯ୍ୟନ୍ତ ଓଡ଼ିଶା ମୁକ୍ତ ବିଦ୍ୟାଳୟ ପରୀକ୍ଷା କରାଯିବ ବୋଲି ମାଟ୍ରିକ ପରୀକ୍ଷା କାର୍ଯ୍ୟସୂଚୀ ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ସୂଚନା ଦିଆଯାଇଛି।

 

- Advertisement -

ଏ ବର୍ଷ ମାଟ୍ରିକ୍ ପରୀକ୍ଷାର୍ଥୀମାନେ ନିଜେ ପଢ଼ୁଥିବା ସ୍କୁଲରେ ପରୀକ୍ଷା ଦେଇପାରିବେ। ଅଢେଇ ଘଣ୍ଟା ବଦଳରେ ୨ ଘଣ୍ଟା ଅବଧିର ପରୀକ୍ଷା ହେବ। ତେବେ ଅନ୍ୟ ସ୍କୁଲ ଶିକ୍ଷକ ପରୀକ୍ଷା ନିରୀକ୍ଷକ ଦାୟିତ୍ୱରେ ରହିବେ। ଏ ସଂକ୍ରାନ୍ତରେ ରାଜ୍ୟ ସରକାରଙ୍କ ପକ୍ଷରୁ ବିଧିବଦ୍ଧ ଭାବେ ଘୋଷଣା କରାଯାଇଛି। ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ମାଟ୍ରିକ୍‌ ପରୀକ୍ଷାକୁ ଶୃଙ୍ଖଳିତ କରିବାକୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଛି। ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ନିଆଯାଇଛି। ଏଥର ୧୦୦ ବଦଳରେ ୮୦ ମାର୍କର ପରୀକ୍ଷା ଅନୁଷ୍ଠିତ ହେବ। ସେଥିମଧ୍ୟରୁ ୫୦ମାର୍କର ଅବଜେକଟିଭ୍ ଓ ୩୦ ମାର୍କର ସବଜେକଟିଭ୍ ପରୀକ୍ଷା ହେବ। ମାଟ୍ରିକ ପରୀକ୍ଷାର୍ଥୀଙ୍କୁ ମାଗଣାରେ ଟେଷ୍ଟପେପର ଦେବା ପାଇଁ ସରକାରଙ୍କ ଘୋଷଣା କରିଛନ୍ତି। ୬ ଲକ୍ଷ ୨୦ ହଜାର ୫୦୮ମାଟ୍ରିକ ପରୀକ୍ଷାର୍ଥୀଙ୍କୁ ଟେଷ୍ଟପେପର ପ୍ରଦାନ କରାଯିବା ନେଇ ଯୋଜନା ପ୍ରସ୍ତୁତ ହୋଇଛି।

Hot this week

୨୦୨୬ରେ ଶନିଙ୍କ ପ୍ରଭାବ: ଏହି ରାଶିରେ ବଦଳିବ ଭାଗ୍ୟ

ସମାଜ ଡିଜିଟାଲ ଡେସ୍କ: ନଅଟି ଗ୍ରହ ମଧ୍ୟରୁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଗ୍ରହ...

ପାକିସ୍ତାନର ପୂର୍ବତନ ଆଇଏସଆଇ ମୁଖ୍ୟଙ୍କୁ ୧୪ ବର୍ଷ ଜେଲ ଦଣ୍ଡ

ସମାଜଲାଇଭ ଡେସ୍କ: ପାକିସ୍ତାନୀ ଗୁଇନ୍ଦା ସଂସ୍ଥା(ଆଇଏସଆଇ)ର ପୂର୍ବତନ ମୁଖ୍ୟ ବା ମହାନିର୍ଦେଶକ...

ଶୀତଦିନେ ରୂପି ହେଉଛି କି? କଣ କରିବେ ଜାଣନ୍ତୁ

ଶୀତ ଋତୁରେ ରୂପି ହେବା ଏକ ସାଧାରଣ ଘଟଣା। ଅନେକ ଲୋକ...

ଭାରତ ଉପରେ ୫୦% ଆମଦାନୀ ଶୁଳ୍କ ଲାଗୁ କଲା ମେକ୍ସିକୋ

ସମାଜଲାଇଭ ଡେସ୍କ: ଆମେରିକା ପରେ ଭାରତ ଉପରେ ୫୦% ପର୍ଯ୍ୟନ୍ତ ଶୁଳ୍କ...

ଅପରାହ୍ନ ୪ଟା ମୁଖ୍ୟ ଖବର

() ମାଲକାନଗିରିରେ ଉପମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ..ଆଇନଶୃଙ୍ଖଳା ବଜାୟ ରଖିବାକୁ ପ୍ରଶାସନକୁ ନିର୍ଦେଶ... ()...

Related Articles

Popular Categories