www.samajalive.in
Monday, December 8, 2025
27.1 C
Bhubaneswar

ମଙ୍ଗଳବାରଠୁ ମାଟ୍ରିକ ପରୀକ୍ଷା; କପି ଜଗିବ ଏ.ଆଇ କ୍ୟାମେରା

ଭୁବନେଶ୍ୱର: ଫେବୃଆରୀ ୨୦(ମଙ୍ଗଳବାର ଠାରୁ) ମାଟ୍ରିକ ପରୀକ୍ଷା ଆରମ୍ଭ ହେବାକୁଯାଉଛି । ଏଥିପାଇଁ ମାଧ୍ୟମିକ ଶିକ୍ଷା ବୋର୍ଡ ପକ୍ଷରୁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଂଚିଛି । ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ଦେବେ ୫ଲକ୍ଷ ୫୧ ହଜାର ୬୨୧ଛାତ୍ରଛାତ୍ରୀ । ବୋର୍ଡ ପକ୍ଷରୁ ୩ହଜାର ୪୭ଟି ପରୀକ୍ଷା କେନ୍ଦ୍ର ଓ ଦୁର୍ଗମ ଅଂଚଳର ୨୧ଟି ପୁଲିସ ଷ୍ଟେସନକୁ ନୋଡାଲ୍‌ ସେଣ୍ଟର କରାଯାଇଛି । ସକାଳ ୯ଟାରୁ ପରୀକ୍ଷା ଆରମ୍ଭ ହେବ । ଏଥିପାଇଁ ସକାଳ ସାଢେ ୭ଟାରୁ ପରୀକ୍ଷା କେନ୍ଦ୍ରକୁ ଛାତ୍ରଛାତ୍ରୀଙ୍କୁ ପ୍ରବେଶ କରାଯିବ । ୮ଟା ୧୫ ମିନିଟ ପରେ ଆଉ କାହାକୁ ପ୍ରବେଶ ପାଇଁ ଅନୁମତି ଦିଆଯିବନାହିଁ । ୨୦ରୁ ପରୀକ୍ଷା ଆରମ୍ଭ ହେବାକୁ ଥିବା ବେଳେ ମାର୍ଚ୍ଚ ୧୬ରେ ଖାତା ଦେଖା ହୋଇ ୩୦ ତାରିଖରେ ଶେଷ ହେବ ।
ଚଳିତ ବର୍ଷ ପରୀକ୍ଷାକୁ ଶୃଙ୍ଖଳିତ କରିବା ପାଇଁ ଦେଶର ପ୍ରଥମ ପରୀକ୍ଷା ବୋର୍ଡ ଭାବେ ଚଳିତ ବର୍ଷ ଆର୍ଟିଫିସିଆଲ ଇଣ୍ଟିଲିଜେନ୍ସର ସହାୟତା ନେଇଛି ଓଡ଼ିଶା ମାଧ୍ୟମିକ ଶିକ୍ଷା ବୋର୍ଡ । ସମ୍ବେଦନଶୀଳ ପରୀକ୍ଷା କେନ୍ଦ୍ର ସହ ନୋଡାଲ ସେଣ୍ଟରରେ ଏ.ଆଇ କ୍ୟାମେରା ବ୍ୟବହାର କରାଯିବ । ଏହାସହ ସମସ୍ତ ପରୀକ୍ଷା କେନ୍ଦ୍ରରେ ସିସିଟିଭି ଲାଇଭ ଷ୍ଟି୍ରମିଙ୍ଗ ୱେବକାଷ୍ଟିଂ ବ୍ୟବସ୍ଥା କରାଯାଇଛି ।

Hot this week

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

ରାଜ୍ୟର ସବୁ କ୍ଲବ, ପବ୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ...

କଲେଜ ଭିତରେ ଛାତ୍ରଙ୍କୁ ଛୁରାମାଡ

ବାରିପଦା : ବାରିପଦାରେ ଅଭାବନୀୟ ଘଟଣା ଘଟିଛି। ବାଇଗଡବାହିଆ ସ୍ଥିତ ବିବି...

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

Related Articles

Popular Categories