www.samajalive.in
Wednesday, December 10, 2025
18.1 C
Bhubaneswar

ମାଟ୍ରିକ୍ ପରୀକ୍ଷା ଫି’ ଛାଡ଼ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଉପକୃତ ହେବେ ୬ଲକ୍ଷ ଛାତ୍ରଛାତ୍ରୀ

ଭୁବନେଶ୍ବର: କରୋନା ସଂକ୍ରମଣ ଆଶଙ୍କାରେ ଦୀର୍ଘ ୯ ମାସ ହେଲା ସ୍କୁଲ ବନ୍ଦ ରହିଥିଲା। ବୋର୍ଡ ପରୀକ୍ଷାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ଦଶମ ଓ ଦ୍ବାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ସ୍କୁଲ ​ଖୋଲାଗଲା। ୧୦୦ଦିନ ପାଠପଢ଼ାରେ ପରେ ଦଶମ ଶ୍ରେଣୀ ଛାତ୍ରଛାତ୍ରୀ ମାଟ୍ରିକ ପରୀକ୍ଷା ଦେଇପାରିବେ ବୋଲି ନିର୍ଦେଶ ଜାରି କରାଯାଇଛି। କରନା କଟକଣା ମଧ୍ୟରେ ଦଶମ ଶ୍ରେଣୀ ଛାତ୍ରଛାତ୍ରୀମାନେ ସ୍କୁଲ ଯିବା କିଛି ଦିନ ପରେ ଆଜି ରାଜ୍ୟ ସରକାରଙ୍କ ପକ୍ଷରୁ ବଡ଼ ଘୋଷଣା କରାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମାଟ୍ରିକ୍‌ ପରୀକ୍ଷା ଫି’ ଛାଡ଼ ନେଇ ଘୋଷଣା କରିଛନ୍ତି। ମାଟ୍ରିକ୍‌ ପରୀକ୍ଷା ଫି’ ଛାଡ଼ ଦ୍ବାରା ୬ଲକ୍ଷ ଛାତ୍ରଛାତ୍ରୀ ଉପକୃତ ହେବେ। ଫି’ ଛାଡ଼ ପାଇଁ ୨୭କୋଟି ବ୍ୟୟଭାର ବହନ କରିବେ ଓଡ଼ିଶା ସରକାର। ମାଟ୍ରିକ୍‌ ଫି’ ପାଇଁ ଛାତ୍ରଛାତ୍ରୀଙ୍କୁ ୪୨୦ଟଙ୍କା ଫି’ ଦେବାକୁ ପଡ଼ିଥାଏ ବୋଲି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।

- Advertisement -

ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମାଟ୍ରିକ୍‌ ଫି ଛାଡ଼ କରିବା ଦ୍ବାରା ଛାତ୍ରଛାତ୍ରୀ ଓ ଅଭିଭାବକ ଖୁସି ବ୍ୟକ୍ତ କରିଛନ୍ତି। କରୋନା ମହାମାରୀ ଯୋଗୁ ବହୁ ଲୋକ ଚାକିରି ହରାଇଥିବାବେଳେ ଅନେକଙ୍କ ଆର୍ଥିକସ୍ଥିତି ଖରାପ ହୋଇଥିଲା। ଅଭିଭାବକମାନଙ୍କ ଆର୍ଥିକ ସ୍ଥିତିକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମାଟ୍ରିକ୍‌ ପରୀକ୍ଷା ଫି’ ଛାଡ଼ ଘୋଷଣା କରିଛନ୍ତି। ଅର୍ଥାଭାବରୁ କୌଣସି ଛାତ୍ରଛାତ୍ରୀ ଯେଭଳି ମାଟ୍ରିକ୍‌ ପରୀକ୍ଷାରୁ ବଞ୍ଚିତ ନ ହୁଅନ୍ତୁ ସେଥିପାଇଁ ମୁଖ୍ୟମନ୍ତ୍ରୀ ଏଭଳି ପଦକ୍ଷେପ ନେଇଥିବା ଜଣାପଡ଼ିଛି। ଯାହା ଛାତ୍ରଛାତ୍ରୀ ଓ ଅଭିଭାବକଙ୍କ ପାଇଁ ଆଶ୍ବସ୍ଥି ଆଣି ଦେଇଛି। ତେବେ କୋଭିଡ୍‌ ନିୟମ ଯଥା  ମାସ୍କ ପିନ୍ଧିବା, ସାନିଟାଇଜ୍‌ ବ୍ୟବହାର ଏବଂ ସାମାଜିକ ଦୂରତ୍ବ ବଜାୟ ରଖିବା ଆଦିକୁ ବାଧ୍ୟତାମୂଳକ ଭାବେ ପାଳନ କରିବାକୁ ଛାତ୍ରଛାତ୍ରୀମାନଙ୍କୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି କରାଯାଇଥିବା ପ୍ରେସ୍‌ ବିଜ୍ଞପ୍ତିରେ ଦର୍ଶାଯାଇଛି ଯେ ଛାତ୍ର ସମାଜର ବୃହତର ସ୍ବାର୍ଥକୁ ଦୃଷ୍ଟିରେ ରଖି ଚଳିତ ବର୍ଷ ମାଧ୍ୟମିକ ଶିକ୍ଷା ବୋର୍ଡ ଦ୍ବାରା ପରିଚାଳିତ ହେବାକୁ ଥିବା ମାଟ୍ରିକ ପରୀକ୍ଷା ନିମନ୍ତେ ଛାତ୍ରଛାତ୍ରୀମାନଙ୍କ ପରୀକ୍ଷା ଫିସ୍‌ ଛାଡ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦେଶ ଦେଇଛନ୍ତି। ଏହାଦ୍ବାରା ୬ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ଉପକୃତ ହେବେ। ଏ ବାବଦରେ ରାଜ୍ୟ ସରକାର ୨୭ କୋଟି ଟଙ୍କା ବ୍ୟୟଭାର ବହନ କରିବେ। ପ୍ରତି ଛାତ୍ରଛାତ୍ରୀଙ୍କୁ ମାଟ୍ରିକ ପରୀକ୍ଷା ନିମନ୍ତେ ୪୨୦ ଟଙ୍କା ଲେଖାଏଁ ଫିସ୍‌ ଦେବାକୁ ପଡିଥାଏ। କରୋନା ମହାମାରୀ ପରିପ୍ରେକ୍ଷୀରେ ୨୦୨୦-୨୧ ଶିକ୍ଷା ବର୍ଷ ବିଶେଷ ଭାବରେ ପ୍ରଭାବିତ ହୋଇଛି। ଦୀର୍ଘ ୯ ମାସ କାଳ ସ୍କୁଲ ବନ୍ଦ ରହିବା ପରେ ଜାନୁଆରୀ ୮ ତାରିଖରୁ କେବଳ ଦଶମ ଓ ଦ୍ବାଦଶ ଶ୍ରେଣୀକୁ କୋଭିଡ ନିୟମ ପାଳନ କରି ଖୋଲାଯାଇଛି। ଛାତ୍ରଛାତ୍ରୀମାନଙ୍କୁ ପରୀକ୍ଷା ପାଇଁ ପ୍ରସ୍ତୁତ କରିବା ତଥା ପାଠ୍ୟକ୍ରମରେ ବିଭିନ୍ନ ବିଷୟରେ ଥିବା ସନ୍ଦେହ ଦୂର କରିବା ପାଇଁ କ୍ଲାସ କରାଯାଉଛି। କରୋନା ଯୋଗୁ ବହୁ ଲୋକଙ୍କର ଜୀବନଜୀବିକା ମଧ୍ୟ ପ୍ରଭାବିତ ହୋଇଛି । ମୁଖ୍ୟମନ୍ତ୍ରୀଙ୍କର ଏହି ନିଷ୍ପତ୍ତି ଫଳରେ ଅର୍ଥାଭାବରୁ କୌଣସି ଛାତ୍ରଛାତ୍ରୀ ପରୀକ୍ଷା ଦେବାରୁ ବଞ୍ଚିତ ହେବେ ନାହିଁ ବୋଲି କୁହାଯାଇଛି।

 

Hot this week

ଆପଣଙ୍କ ବିଦ୍ୟୁତ୍‌ ବିଲ୍‌ କମାଇଦେବ AI

ନୂଆଦିଲ୍ଲୀ - ଏବେ ଏଆଇ ବା କୃତ୍ରିମ ବୁଦ୍ଧିମତାକୁ ନେଇ ଅନେକ...

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

Related Articles

Popular Categories