www.samajalive.in
Sunday, December 7, 2025
14.1 C
Bhubaneswar

ପ୍ରକାଶ ପାଇଲା ମାଟ୍ରିକ୍‌ ଅଫ୍‌ଲାଇନ୍‌ ପରୀକ୍ଷାଫଳ ପ୍ରକାଶ: ପାସ୍‌ ହାର ୮୦.୮୩ %

ଭୁବନେଶ୍ବର: ଆଜି ମାଟ୍ରିକ ଅଫଲାଇନ ପରୀକ୍ଷା ଫଳ ପ୍ରକାଶ ପାଇଛି। ପରୀକ୍ଷା ଦେଇଥିବା ମୋଟ ଛାତ୍ରଛାତ୍ରୀଙ୍କ ମଧ୍ୟରୁ ୫୨୩୩ ଜଣ ପାସ କରିଛନ୍ତି ଏବଂ ୧୪୧ ଜଣ ଛାତ୍ରଛାତ୍ରୀ ଫେଲ ହୋଇଛନ୍ତି। ଚଳିତ ବର୍ଷ ମାଟ୍ରିକ ଅଫଲାଇନ ମୋଟ ପାସ ହାର୮୦.୮୩% ରହିଛି। ମାଟ୍ରିକ ଅଫଲାଇନ ପରୀକ୍ଷାରେ ୨୭୧ ପିଲାଙ୍କ ଗ୍ରେଡ ବଢ଼ିଛି। ଅନଲାଇନ ମାର୍କିଂରେ ଯେତିକି ପାଇଥିଲେ ଅଫଲାଇନରେ ମାର୍କ ବଢ଼ିଛି। ତେବେ ୪୫୯ ଛାତ୍ରଛାତ୍ରୀଙ୍କ ଅଫଲାଇନ ଗ୍ରେଡ ହ୍ରାସ ପାଇଲା। ଅନଲାଇନରେ ପାଇଥିବା ଗ୍ରେଡ ଅଫ୍ ଲାଇନରେ ଖସିଗଲା। ଅନଲାଇନ ମାର୍କିଂରେ ଅସନ୍ତୁଷ୍ଟ ହୋଇ ଦେଇଥିଲେ ଅଫଲାଇନ ପରୀକ୍ଷା।

 

- Advertisement -

ମାଟ୍ରିକ ଅଫଲାଇନରେ ଉତ୍ତୀର୍ଣ୍ଣ  ହୋଇଥିବା ଛାତ୍ରଛାତ୍ରୀଙ୍କ ମଧ୍ୟରୁ ଛାତ୍ରଙ୍କ ସଂଖ୍ୟା ୩୧୦୦ ରହିଥିବାବେଳେ ଛାତ୍ରୀଙ୍କ ସଂଖ୍ୟା ୨୧୩୩ ରହିଛନ୍ତି। ଅନ୍‌ଲାଇନ୍‌ ମାର୍କିଂରେ ଅସନ୍ତୁଷ୍ଟ ହୋଇ କିମ୍ବା ଫର୍ମଫିଲଅପ୍‌ ପରେ କୌଣସି କାରଣରୁ ପରୀକ୍ଷା ଦେଇପାରିନଥିବା ଅଥବା ଫେଲ ହୋଇଥିବା ଛାତ୍ରଛାତ୍ରୀ ଅଫଲାଇନରେ ପରୀକ୍ଷା ଦେଇଥିଲେ।  ଏ୧ ପାଇଛନ୍ତି ମୋଟ ୪୨ ଜଣ ଛାତ୍ରଛାତ୍ରୀ। ସେହିପରି ଏ୨-୨୫୫, ବି୧- ୩୪୮, ବି୨- ୪୫୮,ସି-୫୯୯,ଡି- ୮୪୬, ଇ-୨୬୮୫, ଏଫ- ୧୪୧ ଜଣ ଛାତ୍ରଛାତ୍ରୀ ପାସ କରିଛନ୍ତି। ସେହିଭଳି ଷ୍ଟେଟ ଓପନ ସ୍କୁଲ ପରୀକ୍ଷାରେ ମୋଟ ୭୪.୩ ଜଣ ପାସ୍ କରିଥିବା ବେଳେ ମଧ୍ୟମା ପରୀକ୍ଷାରେ ଶତ ପ୍ରତିଶତ ରେଜଲ୍ଟ ରହିଛି ।

ଅଫଲାଇନ ପରୀକ୍ଷାରେ ୧୪୧ ଜଣ ଛାତ୍ରଛାତ୍ରୀ ଫେଲ୍ ହୋଇଛନ୍ତି । ଫେଲ ହୋଇଥିବା ଛାତ୍ରଛାତ୍ରୀ କିଛି ବିଷୟରେ ପରୀକ୍ଷା ଦେଇଥିବା ବେଳେ କିଛି ପରୀକ୍ଷାରେ ଅନୁପସ୍ଥିତ ରହିଥିଲେ । ତେବେ କରୋନା କାଳରେ ପରୀକ୍ଷା ହୋଇଥିବାରୁ ବିଭିନ୍ନ କାରଣ ପାଇଁ ଛାତ୍ରଛାତ୍ରୀ ପରୀକ୍ଷା ଦେଇପାରିନାହାନ୍ତି  । ତେଣୁ ଅନୁପସ୍ଥିତ ହୋଇ ଫେଲ ହୋଇଥିବା ଛାତ୍ରଛାତ୍ରୀ ପୂର୍ବରୁ ଯେଉଁ ନମ୍ବର ରଖିଥିଲେ ସେହି ନମ୍ବର ଗ୍ରହଣ କରାଯିବ ବୋଲି ବୋର୍ଡ ପକ୍ଷରୁ କୁହାଯାଇଛି । ତେବେ ଅଫଲାଇନ ପରୀକ୍ଷା ନମ୍ବରକୁ ନେଇ କୌଣସି ଦ୍ୱନ୍ଦ୍ୱ ଥିଲେ ରି-ଚେକିଂ ପାଇଁ ଆବେଦନ କରିପାରିବେ ଛାତ୍ରଛାତ୍ରୀ । ସେପ୍ଟେମ୍ବର ୮ ସୁଦ୍ଧା ରି-ଚେକିଂ ପାଇଁ ଆବେଦନ କରିପାରିବେ ବୋଲି କହିଛି ବୋର୍ଡ ।

 

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories