www.samajalive.in
Sunday, December 14, 2025
16.1 C
Bhubaneswar

ପ୍ରକାଶ ପାଇଲା ମାଟ୍ରିକ୍ ପରୀକ୍ଷା ଫଳ, ବାଜି ମାରିଲେ ଛାତ୍ରୀ

କଟକ : ପ୍ରକାଶ ପାଇଲା ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଫଳ । କଟକ ବୋର୍ଡ଼ ମୁଖ୍ୟାଳୟରେ ପ୍ରକାଶ ପାଇଲା ରେଜଲ୍ଟ. । ରେଜଲ୍ଟ ପୁସ୍ତିକା ଉନ୍ମୋଚନ କଲେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ଚଳିତ ମାଟ୍ରିକ୍ ରେଜଲ୍ଟରେ ଛାତ୍ରୀ ବାଜିମାରିନେଇଛନ୍ତି । ପାସ୍ ହାର ୯୪.୯୩ ପ୍ରତିଶତ ଥିବାବେଳେ ଛାତ୍ରୀଙ୍କ ପାସ୍ ହାର ୯୬ ପ୍ରତିଶତ ରହିଛି । ପୁଅଙ୍କ ପାସ୍ ହାର ୯୪ ପ୍ରତିଶତ ରହିଛି । ଗତ ବର୍ଷ ତୁଳନାରେ ଚଳିତ ବର୍ଷ ପାସ୍ ହାର କମିଛି । ଗତ ବର୍ଷ ପାସ୍ ହାର ୯୬.୨୭ ପ୍ରତିଶତ ଥିଲା । ଏ୧ରେ ୧୮୧୨, ଏ୨ରେ ୧୨,୨୦୦ ଛାତ୍ରଛାତ୍ରୀ କୃତକାର୍ଯ୍ୟ ହୋଇଥିବାବେଳେ ବି୧ରେ ୩୮,୮୩୧ ଏବଂ ବି୨ରେ ୮୪,୯୭୧ ଛାତ୍ରଛାତ୍ରୀ ପାସ୍ ହୋଇଛନ୍ତି । ୧୭ ହଜାର ୩୮୪ ଛାତ୍ରଛାତ୍ରୀ ଫେଲ୍‌ ହୋଇଛନ୍ତି ।  ଛାତ୍ରଛାତ୍ରୀ ବୋର୍ଡ଼ର ୱେବସାଇଟ ଙ୍ଗଙ୍ଗଙ୍ଗ.ଭଗ୍ଦରକ୍ଟୟସଗ୍ଦଷବ.ବମ.ସଦ୍ଭ ରେ ସନ୍ଧ୍ୟା ୬ ଟା ପରଠୁ ନିଜ ଫଳାଫଳ ଚେକ୍ କରିପାରିବେ ।

ଗଜପତି ଜିଲ୍ଲାରେ ସର୍ବାଧିକ ୯୯. ୩୫ ପ୍ରତିଶତ ପାସ୍ ହାର ରହିଥିବା ବେଳେ କୋରାପୁଟରେ ସର୍ବନିମ୍ନ ୯୨.୮୩ ପ୍ରତିଶତ ପାସ୍ ହାର ରହିଛି । ସେହିଭଳି କଟକରେ ପାସ୍‌ହାର ରହିଛି ୯୭.୬୮%। ଜଗତସିଂହପୁରରେ ୯୭.୦୯ %, ଯାଜପୁରରେ ୯୫.୦୪ %, କେନ୍ଦ୍ରାପଡାରେ ୯୬.୪୧%, ରାୟଗଡାରେ ୯୭.୩୩ %, ମାଲକାନଗିରିରେ ୯୬.୪୧ %, ନବରଙ୍ଗପୁର ରେ ୯୫.୧୭ % ଛାତ୍ରଛାତ୍ରୀ ପାସ୍‌ କରିଛନ୍ତି । ସେହିଭଳି, ଅନଗୁଳରେ ୯୫.୮୮ %, ଢେଙ୍କାନାଳରେ ୯୩.୭୧ %, ପୁରୀରେ ୯୭.୧୭ %, ଖୋର୍ଦ୍ଧାରେ ୯୭.୩୧ %, ନୟାଗଡ଼ରେ ୯୬.୯୧ %, ବାଲେଶ୍ୱରରେ ୯୭.୫୬ %, ଭଦ୍ରକରେ ୯୫.୬୭%, କେନ୍ଦୁଝରରେ ୯୪.୩୦ %, ମୟୂରଭଞ୍ଜରେ ୯୬.୯୯% ପାସ୍‌ହାର ରହିଛି । ଗଞ୍ଜାମରେ ୯୮.୧୦%, ବୌଦ୍ଧରେ ୯୭.୪୧ %, କନ୍ଧମାଳରେ ୯୭.୪୫ %, କଳାହାଣ୍ଡିରେ ୯୫.୨୨ %, ନୂଆପଡାରେ ୯୭.୦୫%, ବରଗଡ଼ରେ ୯୭.୦୯ %, ସମ୍ୱଲପୁରରେ ୯୭.୨୬%, ଦେବଗଡ଼ରେ ୯୬.୧୭ % ଛାତ୍ରଛାତ୍ରୀ ପାସ୍‌ କରିଛନ୍ତି । ଝାରସୁଗୁଡାରେ ୯୭.୮୭ %, ବଲାଙ୍ଗୀରରେ ୯୫.୪୮ %, ସୋନପୁରରେ ୯୬.୨୨%, ସୁନ୍ଦରଗଡ଼ରେ ୯୭.୬୧% ପାସ୍ ହାର ରହିଛି ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories