ମେ’ ଦ୍ବିତୀୟ ସପ୍ତାହରେ ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷାଫଳ

ଭୁବନେଶ୍ବର: ମାଧ୍ୟମିକ ଶିକ୍ଷା ପରିଷଦ, ଓଡ଼ିଶା ପକ୍ଷରୁ ଆୟୋଜିତ ମାଟ୍ରିକ ପରୀକ୍ଷାଫଳ ଆସନ୍ତା ମେ’ ମାସ ଦ୍ବିତୀୟ ସପ୍ତାହରେ ପ୍ରକାଶ ପାଇବ ବୋଲି ବୋର୍ଡ ସଭାପତି ରାମାଶିଷ ହାଜରା ସୂଚନା ଦେଇଛନ୍ତି। ଚଳିତ ବର୍ଷ ତ୍ରୁଟିଶୂନ୍ୟ ପରୀକ୍ଷାଫଳ ପ୍ରକାଶ କରାଯିବା ନେଇ ପ୍ରକ୍ରିୟା ଜାରି ରହିଛି ବୋଲି ସେ କହିଛନ୍ତି।
ଚଳିତ ବର୍ଷ ୫ଲକ୍ଷ ୪୧ ହଜାର ୨୪୭ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିଲେ। ଅପ୍ରିଲ ୩ ତାରିଖରୁ ମାଟ୍ରିକ ପରୀକ୍ଷା ଖାତାଦେଖା ଆରମ୍ଭ ହୋଇଥିଲା। ରାଜ୍ୟର ୫୬ଟି ମୂଲ୍ୟାୟନ କେନ୍ଦ୍ରରେ ଖାତା ଦେଖାହୋଇଛି। ଏଥିପାଇଁ ମୂଲ୍ୟାୟନ କେନ୍ଦ୍ର ଗୁଡ଼ିକରେ ପ୍ରାୟ ୧୩ ହଜାର ଶିକ୍ଷକ ଓ ଶିକ୍ଷୟିତ୍ରୀ ଖାତା ଦେଖିବା ପାଇଁ ନିୟୋଜିତ ହୋଇଥିଲେ ବୋଲି ବୋର୍ଡ ସଭାପତି ରାମାଶିଷ ହାଜରା ପ୍ରକାଶ କରିଛନ୍ତି।

kalyan agarbati

Comments are closed.