www.samajalive.in
Sunday, December 7, 2025
14.1 C
Bhubaneswar

ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଆରମ୍ଭ

କଟକ: ଓଡ଼ିଶା ମାଧ୍ୟମିକ ଶିକ୍ଷା ବୋର୍ଡ ଦ୍ବାରା ପରିଚାଳିତ ମାଟ୍ରିକ ସପ୍ଲିମେଣ୍ଟାରୀ ଓ ୨ୟ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷା ସୋମବାର ଆରମ୍ଭ ହୋଇଛି । ରାଜ୍ୟର ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ଜାରି ରହିଛି। ଏଥର ୨୭,୬୧୬ ସପ୍ଲିମେଣ୍ଟାରୀ ପରୀକ୍ଷାର୍ଥୀ ୧୨୨ଟି କେନ୍ଦ୍ରରେ ପରୀକ୍ଷା ଦେଉଥିବାବେଳେ ୯୦୩୩ ପରୀକ୍ଷାର୍ଥୀ ୫୫ଟି କେନ୍ଦ୍ରରେ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷା ଦେଉଛନ୍ତି। ଆସନ୍ତା ୧୪ ତାରିଖରେ ସପ୍ଲିମେଣ୍ଟାରୀ ପରୀକ୍ଷା ଏବଂ ୧୬ ତାରିଖରେ ମୁକ୍ତ ବିଦ୍ୟାଳୟ ପରୀକ୍ଷା ଶେଷ ହେବ ବୋଲି ପରୀକ୍ଷା ନିୟନ୍ତ୍ରକ ଡ. ନୀହାର ରଞ୍ଜନ ମହାନ୍ତି ସୂଚନା ଦେଇଛନ୍ତି। ତେବେ କପି ରୋକିବା ଓ ପ୍ରଶ୍ନପତ୍ର ଭାଇରାଲ ରୋକିବା ପାଇଁ ବ୍ୟାପକ ବ୍ୟବସ୍ଥା କରାଯିବା ସହ  ପରୀକ୍ଷା କେନ୍ଦ୍ରରେ ସୁରକ୍ଷା ବ୍ୟବସ୍ଥାକୁ ମଧ୍ୟ କଡ଼ାକଡ଼ି କରାଯାଇଛି।

Hot this week

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

କ୍ରିକେଟ୍‌ପ୍ରେମୀଙ୍କ ପାଇଁ ସ୍ୱତନ୍ତ୍ର ‘ଆମ ବସ୍’ ସେବା

ଭୁବନେଶ୍ବର: କଟକର ବାରବାଟୀ ଷ୍ଟାଡିୟମରେ ଚଳିତ ମାସ ୯ରେ ହେବାକୁ ଥିବା...

Related Articles

Popular Categories