www.samajalive.in
Monday, December 8, 2025
24.1 C
Bhubaneswar

ଜୁଲାଇ ୮ରେ ମ୍ୟାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା

ଭୁବନେଶ୍ବର : ମ୍ୟାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଜୁଲାଇ ୮ ତାରିଖରୁ ଆରମ୍ଭ ହୋଇ ୧୪ରେ ଶେଷ ହେବ। ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ ସମ୍ପାଦକ ରାମାଶିଷ ହାଜରା ଗୁରୁବାର ସୂଚନା ଦେଇଛନ୍ତି।
ପ୍ରକାଶଯୋଗ୍ୟ, ଚଳିତ ବର୍ଷ ମେ ୨୧ ତାରିଖରେ ମ୍ୟାଟ୍ରିକ ପରୀକ୍ଷା ଫଳ ପ୍ରକାଶ ପାଇଥିଲା। ଗତ ବର୍ଷ ତୁଳନାରେ ଚଳିତ ବର୍ଷ କମ୍ ସଂଖ୍ୟକ ଛାତ୍ରଛାତ୍ରୀ ପାସ୍ କରିଥିଲେ। ମୋଟ୍ ୫ ଲକ୍ଷ ୬୨ ହଜାର ୨୧୩ଜଣ ପିଲା ପରୀକ୍ଷା ଦେଇଥିଲେ। ଏଥିରେ ୩ ଲକ୍ଷ ୯୭ ହଜାର ୧୨୫ଜଣ ଛାତ୍ରଛାତ୍ରୀ ଉତ୍ତୀର୍ଣ୍ଣ ହୋଇଥିଲେ। ସେମାନଙ୍କ ମଧ୍ୟରୁ ୨ ଲକ୍ଷ ୫ ହଜାର ୪୭୦ ଛାତ୍ରୀ ଓ ୧ ଲକ୍ଷ ୯୧ ହଜାର ୬୫୫ଜଣ ଛାତ୍ର ରହିଛନ୍ତି। ସେହିପରି ୨୮୯ଟି ବିଦ୍ୟାଳୟରେ ଶତ ପ୍ରତିଶତ ଫଳାଫଳ ହୋଇଥିଲା। ଅପରପକ୍ଷରେ ୮୨ଟି ବିଦ୍ୟାଳୟରେ ଫଳାଫଳ ଶୂନ ରହିଥିଲା। ଚଳିତ ବର୍ଷ ପାସ୍ ହାର ୭୦.୭୮ ପ୍ରତିଶତ ଥିଲା।

Hot this week

ପିଆଜ ଚୋପାର ଚମତ୍କାରୀ ଗୁଣ …

ନୂଆଦିଲ୍ଲୀ : ଆଜିକାଲି ସମୟରେ ସମସ୍ତେ ନିଜର ତ୍ଵଚାକୁ ନେଇ ଖୁବ୍...

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

ପୁଟିନଙ୍କ ପରେ ଦିଲ୍ଲୀ ଆସିବେ ଜେଲେନସ୍କି!

ସମାଜ ଡିଜିଟାଲ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସଫଳ ଦିଲ୍ଲୀ...

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

Related Articles

Popular Categories